Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାସ୍ତରୀୟ ସ୍ତରୀୟ ନୂଆ-ଓ,ଯୁବ ଓଡ଼ିଶା ନବୀନ ଓଡ଼ିଶା, କ୍ରୀଡ଼ା ଉତ୍ସବ ଉଦଯାପିତ।

ପାରଳାଖେମୁଣ୍ଡି:୨୦/୧(ଗରୁଡ଼ ଧ୍ଵଜ ଚୌଧୁରୀ) ଜିଲ୍ଲା ସ୍ତରୀୟ କ୍ରୀଡ଼ା ଉତ୍ସବ ପାରଳାଖେମୁଣ୍ଡି ସ୍ଵୟଂ ଶାସିତ ମହାବିଦ୍ୟାଳୟ ପରିସରରେ ନୂଆ ଓ ଯୁବ ଓଡିଶା, ନବୀନ ଓଡିଶା ଅନ୍ତର୍ଗତ କ୍ରୀଡା ଓ ଖେଳ ପ୍ରତିଯୋଗିତାର ଆଜି ଉଦଯାପିତ ହୋଇଯାଇଛି । ଏହି ଉଦଯାପିତ ଉତ୍ସବରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ)ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି.ତିରୁପତି ରାଓ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ।ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ରାଜେନ୍ଦ୍ର ମିଞ୍ଜ,ଅତିରିକ୍ତ ଜିଲ୍ଲାପାଳ ଗଜପତି ଓ ଶ୍ରୀମତୀ ନିର୍ମଳା ସେଠୀ, ଅଧ୍ୟକ୍ଷା ପୌରପରିଷଦ,ପାରଳାଖେମୁଣ୍ଡି ଉତ୍ସବରେ ପ୍ରମୁଖ ମଞ୍ଚାସିନ ଥିଲେ ।ଏହି ଜିଲ୍ଲାସ୍ତରୀୟ କ୍ରୀଡ଼ା ଉତ୍ସବରେ ସାତ ଗୋଟି ବ୍ଲକ ସମେତ କାଶୀନଗର ଓ ପାରଳାଖେମୁଣ୍ଡି ପୌରପରିଷଦର ଯୋଗ ଦେଇ ପ୍ରଥମ ସ୍ଥାନ ହାସଲ କରିଥିବା ପ୍ରତିଯୋଗୀଙ୍କୁ ଆସନ୍ତା ୨୩ ତାରିଖ ରେ ଗଜପତି ଷ୍ଟାଡିୟମ୍ ଠାରେ ବିଜେତା ଦୋଳକୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯିବ। ସମସ୍ତ ପ୍ରତିଯୋଗିତାର ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଦୋଳକୁ ଆଜି ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଛି। କାର୍ଯ୍ୟକ୍ରମ ଶେଷରେ ସହକାରୀ ଜିଲ୍ଲାପାଳ ତଥା ଜିଲ୍ଳା କ୍ରୀଡ଼ା ଅଧିକାରୀ ପ୍ରାଣକୃଷ୍ଣ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଡେପୁଟୀ କଲେକ୍ଟର ଶ୍ରୀ ତ୍ରିନାଥ ସାହୁ,ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର,ଅତିରିକ୍ତ ଜିଲ୍ଲା କ୍ରୀଡ଼ା ଅଧିକାରୀ ସମେତ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, କ୍ରୀଡ଼ା ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ପାରଳାଖମୁଣ୍ଡିଠାରେ ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।ପାରଳାଖେମୁଣ୍ଡି:୬/୪(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନୀ ମାଝୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ସୁନୀଲ କାନ୍ତ ମହାନ୍ତି, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଦୟାମୟ ପାଢ଼ୀ,ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୪୯ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୧ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ନାରାୟଣ ବେହେରା ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।