Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ସାଇବର ସୁରକ୍ଷାକୁ ନେଇ ସଚେତନତା ଶିବିର ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୦/୧(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ସାଇବର ସୁରକ୍ଷା ସଚେତନତା ଶିବିର ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସମସ୍ତ କର୍ମଚାରୀଙ୍କୁ ଶିକ୍ଷଣ ପ୍ରଦାନ କରାଯାଇଛି। ଆଜିର ଏହି କର୍ମଶାଳାରେ ସାଇବର ସୁରକ୍ଷା ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଜାତୀୟ ସୂଚନା କେନ୍ଦ୍ର (NIC) ଗଜପତି ଶ୍ରୀଯୁକ୍ତ ଟି.ବାଳକୃଷ୍ଣ ମୂର୍ତ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଡ଼.ପବିତ୍ରନନ୍ଦ ପଟ୍ଟନାୟକ, ବରିଷ୍ଠ- ନିର୍ଦ୍ଧେଶକ(IT ),ଜାତୀୟ ସୂଚନା କେନ୍ଦ୍ର ଭୁବନେଶ୍ଵର, ଶ୍ରୀ ଜ୍ଞାନ ରଞ୍ଜନ ମିଶ୍ର , ନିର୍ଦ୍ଧେଶକ( IT),ଜାତୀୟ ସୂଚନା କେନ୍ଦ୍ର ଭୁବନେଶ୍ଵରର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସାଇବର ଠକେଇର ବିଭିନ୍ନ ତଥ୍ୟ ତଥା ସ୍ମାର୍ଟ ଫୋନ ଓ ଇଣ୍ଟରନେଟ ଉପଭୋକ୍ତାମାନେ ବିଭିନ୍ନ ଆଳରେ କିପରି ଠକାମିର ଶିକାର ହୋଇଛନ୍ତି ସେନେଇ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀଙ୍କୁ ଉଦାହରଣ ସହ ବୁଝାଇଥିଲେ। ଏହାସହ ସ୍ମାର୍ଟ ଫୋନରେ ଥିବା ବିଭିନ୍ନ ସାଇବର ସୁରକ୍ଷା ବ୍ୟବସ୍ଥାକୁ ବ୍ୟବହାର କରି କିପରି ସମସ୍ତ ଅଧିକାରୀ ଠକାମୀରୁ ରକ୍ଷା ପାଇ ପାଇବେ ସେନେଇ ମତବ୍ୟକ୍ତ କରିଥିଲେ।ଏହି ପ୍ରଶିକ୍ଷଣ ସଚେତନତା ଶିବିର କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ ଫାଲଗୁନି ମାଝୀ, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି, ଶ୍ରୀ ସନ୍ତୋଷ କୁମାର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗଜପତି, ଶ୍ରୀ ଜ୍ଞାନରଞ୍ଜନ ମାଝୀ, ଡେପୁଟି କଲେକ୍ଟରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

*ଦ୍ୱିତୀୟ ଦିବସରେ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତା ଅନୁଷ୍ଠିତ* ପାରଳାଖେମୁଣ୍ଡି,ତା.୧୧.୧୧.୨୦୨୬ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍‌ ସ୍ଥିତ ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା (୨୦୨୬-୨୭) ଦ୍ୱିତୀୟ ଦିବସରେ ଉତ୍ସାହ ସହ ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଓଡ଼ିଶାର ୩୦ଟି ଜିଲ୍ଲାରୁ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରୁଛନ୍ତି। ପ୍ରତିଯୋଗିତାର ସୁପରିଚାଳନା ପାଇଁ ମୋଟ ୫ଟି ଖେଳ ପଡ଼ିଆ ବା କୋର୍ଟର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କୋର୍ଟରେ ପ୍ରାୟ ୧୨ରୁ ୧୫ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିବାବେଳେ ସମସ୍ତ ଖେଳାଳି ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ଦର୍ଶକଙ୍କ ମନ ଜିଣିଥିଲେ। ଦ୍ୱିତୀୟ ଦିବସର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲ୍‌ଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁ ଯୋଗଦେଇଥିଲେ। ସେହିପରି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍‌. ଗିରିଧର, ମୋହନା ଓ ଆର୍‌. ଉଦୟଗିରି ବ୍ଲକ୍‌ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବୀରେନ୍ଦ୍ର ମଣ୍ଡଳ, ରାୟଗଡ଼ ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ ଏବଂ କନ୍ଧମାଳ ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିବା ସହ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି ବୃହତ୍ କ୍ରୀଡ଼ା ଆୟୋଜନକୁ ସଫଳ ଓ ସୁସଂଗଠିତ କରିବାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସକ୍ରିୟ ସହଯୋଗ ଓ ଉପସ୍ଥିତି ବେଶ୍ ପ୍ରଶଂସନୀୟ ହୋଇଥିଲା।କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାୟଗଡ଼ର କ୍ରୀଡ଼ା ଶିକ୍ଷକ ଶ୍ରୀ ସନ୍ତୋଷ ପଣ୍ଡା ପରିଚାଳନା କରିଥିଲେ। ଶେଷରେ ଗଜପତି ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ସମସ୍ତ ଅତିଥି, ଆୟୋଜକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।