Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ବାଣୀବିହାର ଓଭର ବ୍ରିଜ ଉପରେ ଦୁର୍ଘଟଣା, OSRTCକୁ ଧକ୍କା ଦେଲା ଘରୋଇବସ୍‌

ଭୁବନେଶ୍ୱର: ରାଜଧାନୀରେ ବାଣୀବିହାର ଓଭର ବ୍ରିଜ ଉପରେ ଦୁର୍ଘଟଣା । ଓଏସଆରଟିସି ବସକୁ ଧକ୍କା ଦେଲା ଘରୋଇ ବସ୍ । ଦୁର୍ଘଟଣାରେ ଡ୍ରାଇଭର ସମେତ ଏକାଧିକ ଆହତ ହୋଇଛନ୍ତି । ଆତହମାନଙ୍କୁ ଡାକ୍ତରଖାନାରେ ଭର୍ତି କରାଯାଇଛି ।

ସୂଚନା ଅନୁଯାୟୀ, ମଙ୍ଗଳବାର ଭୋର ସମୟରେ ଓଏସଆରଟିସି ବସ୍‌ଟି ଯାତ୍ରୀଙ୍କୁ ଉଠାଇବା ପାଇଁ ରାସ୍ତାକଡ଼କୁ ଗାଡ଼ି ସାଇଡ୍ କରୁଥିଲେ। ଏହି ସମୟରେ ଘରୋଇ ବସ୍‌ଟି ଦ୍ରୁତ ଗତିରେ ଆସି ଓଏସଆରଟିସି ବସ୍‌କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଦୁଇଟି ବସର ଡ୍ରାଇଭର ସମେତ ଏକାଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘରୋଇ ବସ୍‌ଟି ବ୍ରେକଫେଲ ହୋଇଯିବା ଯୋଗୁ ଏଭଳି ଦୁର୍ଘଟଣା ଘଟିଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।

ଦୁର୍ଘଟଣାସ୍ଥଳରେ ପିସିଆର ପହଂଚି ମାମଲାର ତଦନ୍ତ ଚଳାଇଛି । ଆହତ ହୋଇଥିଲେ ହେଁ ଦୁଇ ଗାଡିର ବସ୍ ଡ୍ରାଇଭରଙ୍କ ସମେତ ଅନେକ ଯାତ୍ରୀ ଅଳ୍ପକେ ବର୍ତି ଯାଇଛନ୍ତି ।