Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସମଲେଇ ପ୍ରକଳ୍ପ ଲୋକାର୍ପଣ ଦିନକୁ ସ୍କୁଲ କଲେଜ ପାଇଁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଜାନୁୟାରୀ ୨୭ ତାରିଖ ଶନିବାର ଦିନ ବିପୁଳ ଉତ୍ସାହରେ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି।
ଏହି କାର୍ଯ୍ୟକ୍ରମରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ ପ୍ରକାଶ କରିପାରିବେ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବ କୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ ୨୭ ତାରିଖ ଦିନ ସାରା ରାଜ୍ୟ ର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି।ସୂଚନାଯୋଗ୍ୟ ଯେ ଚତୁର୍ଥ ଶନିବାର ଯୋଗୁଁ ସେଦିନ ସମସ୍ତ ସରକାରୀ ଦପ୍ୟର ଗୁଡିକ ମଧ୍ଯ ବନ୍ଦ ରହୁଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ