Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଲାଞ୍ଜିଗଡ଼ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି,୨୫/୦୧-କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ଠାରେ ଥିବା ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଆଜି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ଡା. ନରେନ୍ଦ୍ରନାଥ ଦାସ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ଜିଲ୍ଲା ପରିଷଦ ସଭ୍ୟ ପରୀକ୍ଷିତ ନାଏକ, ସରପଞ୍ଚ ସରସ୍ୱତୀ ମୁଣ୍ଡା, ପୂର୍ବତନ ସରପଞ୍ଚ ଚନ୍ଦ୍ରଧ୍ୱଜ ପେସନିଆ, ମଣି ମାଝୀ, ବିଦ୍ୟାଳୟ ପରିଚାଳନା କମିଟି ସଭାନେତ୍ରୀ ସଞ୍ଜୁ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ । ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ନିହାରୀକା ବିଶ୍ୱାଳ ଓ ପ୍ରଧାନଶିକ୍ଷକ ପାର୍ଥବ ତାଣ୍ଡିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମ ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ସେହିପରି କାର୍ଯ୍ୟକ୍ରମ ଶେଷରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ