Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରେଙ୍ଗାଳପାଲି ପଞ୍ଚାୟତ ରେ ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।

କୋକସରା:୨୬/୦୧
ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଓଡ଼ିଶା ସରକାରଙ୍କ ଲୋକାଭିମୁଖୀ ଯୋଜନା ର ସଫଳ ରୂପାୟନ ଜନ ସାଧାରଣ ଙ୍କ ନିକଟରେ ପହଞ୍ଚାଇବା ପାଇଁ ଆରମ୍ଭ କରିଛନ୍ତି ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର। ଆଜି ରେଙ୍ଗାଳପାଲି ପଞ୍ଚାୟତ ରେ ଏହି କାର୍ଯ୍ୟକ୍ରମ ରେ ସ୍ଥାନୀୟ ସରପଞ୍ଚ ପଦ୍ମିନୀ ପାତ୍ର ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ସମ୍ମାନିତ ଅତିଥି ଭାବେ ବିଡ଼ିଓ କୋକସରା ସ୍ନେହାପ୍ରଭା ମାଝୀ, ସମିତି ସଭ୍ୟ ମୁକ୍ତେଶ୍ଵର ନାଏକ ଉପସ୍ଥିତ ରହିଥିଲେ। ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଉପରେ ଜନ ସାଧାରଣ ଙ୍କୁ ଅବଗତ କରାଇବା ସହ ଓଡିଶା ରାଜ୍ୟର ବିକାଶ ପାଇଁ ବିଜେଡି ସରକାର ହିଁ ପ୍ରତିଶୃତିବଦ୍ଧ ବୋଳି କହିଥିଲେ। କଟକ ରୁ ଆସିଥିବା ସିଙ୍ଘମ,ଜଟଣୀ ରୁ ଆସିଥିବା ନଟରାଜ ଗ୍ରୁପ, ସ୍କୁଲ ଛାତ୍ରଛାତ୍ରୀ ମାନେ ଦେଶାତ୍ମବୋଧକ ଓ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମ ରେ ମିଶନ ଶକ୍ତି ର ମହିଳା କର୍ମଚାରୀ,ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା,ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀମାନେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ଅବଗତ ହୋଇଥିଲେ। ପଞ୍ଚାୟତ ପିଇଓ ବିରଞ୍ଚି ଖରସେଲ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories