Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଡ଼ ପୋଡ଼ାଗୁଡା ପଞ୍ଚାୟତ ରେ ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।

କୋକସରା:୨୯/୦୧
ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଓଡ଼ିଶା ସରକାରଙ୍କ ଲୋକାଭିମୁଖୀ ଯୋଜନା ର ସଫଳ ରୂପାୟନ ଜନ ସାଧାରଣ ଙ୍କ ନିକଟରେ ପହଞ୍ଚାଇବା ପାଇଁ ଆରମ୍ଭ କରିଛନ୍ତି ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର। ସୋମବାର ବ୍ଲକ ର ବଡ଼ ପୋଡ଼ାଗୁଡା ପଞ୍ଚାୟତ ରେ ସରପଞ୍ଚ ଯମୁନା ନାଏକ ଙ୍କ ସଭାପତିତ୍ୱ ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ମୌଷଧି ବାଗ, ମୁଖ୍ୟ ବକ୍ତା ଭାବେ ଆମପାଣି ଯୋନ ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ସମ୍ମାନିତ ଅତିଥି ଭାବେ ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଆମପାଣି ସରପଞ୍ଚ ରୁକ୍ମଣୀ ବାଣୁଆ,ସାମାଜିକ କର୍ମି ଧର୍ମାନନ୍ଦ ନାଏକ,ଜିତେନ୍ଦ୍ର ପଣ୍ଡା,ମନୋରଞ୍ଜନ ବାଣୁଆ ପ୍ରମୂଖ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନା ଉପରେ ଜନ ସାଧାରଣ ଙ୍କୁ ଅବଗତ କରାଇବା ସହ ଓଡିଶା ରାଜ୍ୟର ବିକାଶ ପାଇଁ ବିଜେଡି ସରକାର ହିଁ ପ୍ରତିଶୃତିବଦ୍ଧ ବୋଳି କହିଥିଲେ। ଲୋଇସିଙ୍ଗା ବଜାସାଲ ସାଂସ୍କୃତିକ ଗ୍ରୁପ ର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଉପସ୍ଥିତ ଦର୍ଶକ ଝୁମି ଯାଇଥିଲେ। କାର୍ଯ୍ୟକ୍ରମ ରେ ମିଶନ ଶକ୍ତି ର ମହିଳା କର୍ମଚାରୀ,ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀମାନେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ଅବଗତ ହୋଇଥିଲେ। ପଞ୍ଚାୟତ ପିଇଓ ଗିରିଶ ଚନ୍ଦ୍ର ନାଏକ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories