Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ ଗ୍ରାମ ଠାରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୨୯/୧(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଅଜୟଗଡ଼ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଅଜୟଗଡ ସମେତ ଭୁବାନି, ସେରଙ୍ଗୋ ଓ ନମନଗଡ ପଞ୍ଚାୟତର ସମୁଦାୟ ମୋଟ- ୩୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା-୧୦ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୯ ଗୋଟି ଓ ୧ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଜଣଙ୍କୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ ପ୍ରଦାନ କରାଯାଇଥିବା ବେଳେ ୧୬୦ ଜଣଙ୍କୁ ଜଙ୍ଗଲ ଜମି ପଠା ଦିଆଯାଇଛି।ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମୀ ମଣ୍ଡଳ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଶରତ କୁମାର ପାତ୍ର,ତହସିଲଦାର ଶ୍ରୀ ଜୟଦ୍ରତ ଆଚାର୍ଯ୍ୟ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ରାଜ୍ୟ ସରକାରଙ୍କ ବ୍ୟାନ ପରେ ଗଜପତି ଜିଲ୍ଲାରେ ତମାଖୁ, ଗୁଟଖା, ସିଗାରେଟ ଆଦିର ଦର ୩ ଗୁଣ ବୃଦ୍ଧି ପାରଳାଖେମୁଣ୍ଡି:୨୫/୧(ଗରୁଡ ଧ୍ଵଜ ଚୌଧୁରୀ)ରାଜ୍ୟ ସରକାର ସମସ୍ତ ଗୁଟ୍ଟୋ, ପାନମସଲା, ସିଗାରେଟ, ଜଦ୍ଦା, ଖଇନି ଏବଂ ତମାଖୁ ତଥା ନିକୋଟିନଯୁକ୍ତ ସମସ୍ତ ଉତ୍ପାଦର ବିକ୍ରି ଉପରେ ସମ୍ପୂର୍ଣ ବ୍ୟାନ ନିଷେଧାଦେଶ ଜାରି କରିଛନ୍ତି। ଏହାର ସୁଯୋଗ ନେଇ ପୂର୍ବରୁ ଯେଉଁମାନେ ଏହି ଵ୍ୟବସାୟ କରୁଥିଲେ ସେମାନେ ଗୁଟଖା, ଖଇନି, ସିଗାରେଟ ଆଦିର ଦର 3 ଗୁଣରୁ ଅଧିକ କରି କଳା ବଜାରରେ ବିକ୍ରି କରି ମାଲାମାଲ ହେଉଛନ୍ତି. ବର୍ତ୍ତମାନ ଦୋକାନ ଗୁଡ଼ିକରେ ଖୋଲାଖୋଲି ତମାଖୁ ବିକ୍ରି ହେଉ ନଥିବା ବେଳେ ତମାଖୁ ସେବନରେ ଅଭ୍ୟସ୍ତ ଗ୍ରାହକଏବେ ବିକଳ୍ପ ଖୋଜୁଥିବାରୁ ଏହାର ସୁଯୋଗ ନେଇ ଦୋକାନୀ କଳାବଜାର ଆରମ୍ଭ କରିଦେଇଛନ୍ତି । ତିନି ଗୁଣା ଚଢ଼ାଦରରେ ଲୋକଙ୍କୁ ତମାଖୁ ବିକ୍ରି କରାଯାଉଛି। କାରଣ ଆଗରୁ କେବଳ ଗୁଟଖା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏବେ ନିକୋଟିନଯୁକ୍ତ ସମସ୍ତ ପଦାର୍ଥକୁ ନିଷିଦ୍ଧ କରିବା ଫଳରେ କଳାବଜାରରେ ଅଧିକ ଭାବେ ବଢ଼ିଛି। ଯେଉଁ ହୋଲସେଲ୍ ବ୍ୟବସାୟୀମାନେ ଏସବୁ ସାମଗ୍ରୀକୁ ଗଚ୍ଛିତ ରଖିଥିଲେ ସେମାନେ ଦରକୁ ବଢ଼ାଇ ଦେଇଛନ୍ତି। ଆଉ ଲାଭବାନ୍ ହେଉଛନ୍ତି । ଦୋକାନୀମାନେ ବି ଲୁଚାଛପାରେ ଏହାକୁ ବିକ୍ରି କରୁଛନ୍ତି । ବିଭିନ୍ନ ନାମୀ ଓ ବେନାମୀ କମ୍ପାନିର ତମାଖୁ ବିକ୍ରି ହେଉଛି। ଫଳରେ ଧରପଗଡ଼ର ଏବେ ଆବଶ୍ୟକ‌ତା ରହିଛି।