Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜେଡି ସରକାରଙ୍କ ବିକାଶ ର ଗାଥା ଗାଉଛି ପଞ୍ଚାୟତ ସ୍ତରୀୟ ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ

କୋକସରା:୩୧/୦୧
ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଓଡ଼ିଶା ସରକାରଙ୍କ ଲୋକାଭିମୁଖୀ ଯୋଜନା ର ସଫଳ ରୂପାୟନ ଜନ ସାଧାରଣ ଙ୍କ ନିକଟରେ ପହଞ୍ଚାଇବା ପାଇଁ ଆରମ୍ଭ କରିଛନ୍ତି ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର। କୋକସରା ବ୍ଲକ ଖୁଣ୍ଟିଆ।ପଞ୍ଚାୟତ ରେ ସରପଞ୍ଚ ମାଧବୀ ଧରୁଆ ଙ୍କ ଅଧ୍ୟକ୍ଷତା ରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାନସଭା ସଭାପତି ମାନସ ରଞ୍ଜନ ବାଗ, ମୁଖ୍ୟ ବକ୍ତା ଭାବେ ସମିତି ସଭ୍ୟ ଦେବେନ୍ଦ୍ର ଧରୁଆ, ସମ୍ମାନିତ ଅତିଥି ଭାବେ ବ୍ଲକ ଏକାଉଣ୍ଟଟେଣ୍ଟ ଅଶୋକ।କୁମାର ସେଠୀ, କନିଷ୍ଠ ଯନ୍ତ୍ରୀ ପ୍ରଜାନାଥ ପ୍ରକାଶ ସିଂ ମଞ୍ଚ ରେ ଉପସ୍ଥିତ ଥିଲେ।ରାଜ୍ୟ ସରକାରଙ୍କ ବିକାଶ ମୂଳକ ଯୋଜନା ଉପରେ ଜନ ସାଧାରଣ ଙ୍କୁ ଅବଗତ କରାଇବା ସହ ଓଡିଶା ରାଜ୍ୟର ସର୍ବାଙ୍ଗୀନ ବିକାଶ ପାଇଁ ବିଜେଡି ସରକାର ହିଁ ଏକମାତ୍ର ବିକଳ୍ପ ଜନ ପ୍ରତିନିଧିମାନେ କହିଥିଲେ। ଦର୍ଶକ ଙ୍କ ମନୋରଞ୍ଜନ।ପାଇଁ।ଲୋଇସିଙ୍ଗା ବଜାସାଲ ସାଂସ୍କୃତିକ ଗ୍ରୁପ ର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଦର୍ଶକ ଝୁମି ଯାଇଥିଲେ। କାର୍ଯ୍ୟକ୍ରମ ରେ ମିଶନ ଶକ୍ତି ର ମହିଳା କର୍ମଚାରୀ,ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା,ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀମାନେ ଉପସ୍ଥିତଥିଲେ। ମଞ୍ଚ ପରିଚାଳନା ଟିକେଶ୍ୱର ରାଉତ କରିଥିବା ବେଳେ ପିଇଓ ରାଜେନ୍ଦ୍ର ସୋରି ଓ କର୍ମଚାରୀ ମାନେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories