Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆମ ଓଡ଼ିଶା ନବିନ ଓଡିଶା -ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ।

କୋକସରା:୦୧/୦୨ଧର୍ମଗଡ଼ ବ୍ଲକ୍ ଧଅରପୁର ବଜାର ପଡିଆ ଠାରେ ବୁଧବାର ଦିନ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ପଂଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଧଅରପୁର ପଂଚାୟତ ସରପଂଚ ଗୌରୀ ସେଠିଆ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ମୋୖଷଧି। ବାଗ,ବିଡ଼ିଓ ହିମାଂଚଳ ମାଝୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଧର୍ମଗଡ଼ ଜୋନ ୨ ଜିଲ୍ଲା ପରିଷଦ ସଭ୍ୟ ଶଙ୍କର ପ୍ରସାଦ ଯୁଏଡ,ଅବସର ଜିଲ୍ଲାପଞ୍ଚାୟତ ଅଧିକାରୀ ଧର୍ମାନନ୍ଦ ସେଠିଆ, ଜୟନ୍ତପୂର ସରପଂଚ ଜୟନ୍ତୀ ବାଗ, ଛଞ୍ଚାଣବାହେଲି ସରପଂଚ ପ୍ରୀତି ବେମାଲ, ଟେଣ୍ଡାପାଳି ସରପଂଚ ଗୌଲୋଚନ୍ ଗୋପାଲ, ଧଅରପୁର ସମିତି ସଭ୍ୟା କନକ ସେଠିଆ ପ୍ରମୁଖ ଯୋଗ ଦେଇ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଉପରେ ସଚେତନ କରିବା ସହ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ରେ ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଧାରା ମାଧ୍ୟମରେ ଏକ ବିକଶିତ ଓଡ଼ିଶା ଗଠନ ମଙ୍ଗ ଧରିଥିବା ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ । ଏହି ପରିପେକ୍ଷିରେ ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ସମ୍ପର୍କରେ ଜାଣିବା ପାଇଁ ବିଭିନ୍ନ ବିଭାଗ ର କର୍ମଚାରୀ ମାନଙ୍କ ଦ୍ଵାରା ବିଭିନ୍ନ ଷ୍ଟଲ ଖୋଲା ଯାଇ ଉପସ୍ଥିତ ଜନସାଧାରଣଙ୍କୁ ସଚେତନ କରାଯାଇଥିଲା । ଏଥି ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । କାର୍ଯ୍ୟକ୍ରମରେ ଅଞ୍ଚଳ ତଥା ପଂଚାୟତ ର ସହ ଶହ ମହିଳା ପୁରୁଷ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ପ୍ରେମାଲାଲ ଜଗତ ପରିଚାଳନା କରିଥିବା ବେଳେ ଧଅରପୁର ଗ୍ରାମପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ରଘୁନାଥ ଖମାରି ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ