Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଗାଡ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମିଳିଲା ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର l

କୋକସରା:୦୧/୦୨
ମୋ ସ୍କୁଲ ଅଭିଯାନ ତରଫରୁ ଓଡିଶା ସରକାରଙ୍କ ଦ୍ୱାରା ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଆଜି ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରଦାନ କରାଯାଇଛି I ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଙ୍କ ଦ୍ବାରା ଉଦଘାଟିତ ଏହି ପୁରସ୍କାର ପ୍ରଦାନ ଉତ୍ସବରେ ଓଡିଶା ସରକାରଙ୍କ ବିଭିନ୍ନ ପଦାଧିକାରୀ ଏହି ପୁରସ୍କାର ପ୍ରଦାନ କରିଥିଲେ l ମୁଖ୍ୟଅତିଥି ଭାବେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗଦାନ କରି ପୁରସ୍କାର ବିତରଣ କରିବା ସହ ଉପସ୍ଥିତ ଶିକ୍ଷକ, ଛାତ୍ର ଓ ପରିଚାଳନା କମିଟି ତଥା ପୂର୍ବତନ ଛାତ୍ର ମାନଙ୍କୁ ଉତ୍ସାହିତ କରିଥିଲେl 5 ଟି ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଏହା ପଛରେ ଥିବା ମୂଳ ଲକ୍ଷ୍ୟ ବର୍ଣ୍ଣନା କରିବା ସହ ମାର୍ଗଦର୍ଶନ କରିଥିଲେ l
ବଗାଡ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ବିଶ୍ବଜିତ ବେହେରା ଙ୍କୁ ଉତ୍ତମ ଶିକ୍ଷା ପରିବେଶ ସୃଷ୍ଟିପାଇଁ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories