Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ଠାରେ ସୂଚନା ଅଧିକାର ଆଇନ୍ ୨୦୦୫ ସଂପର୍କିତ କର୍ମଶାଳା ଅନୁଷ୍ଠିତ

ପାରଳାଖେମୁଣ୍ଡି:.୨/୨(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଳାର ସଦର ମହକୂମା ପାରଳାଖେମୁଣ୍ଡି ଠାରେ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶ ଅନୁସାରେ ଗଜପତି ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପାଇଁ ନିୟୋଜିତ ପ୍ରଥମ ଅପିଲ କର୍ତ୍ତୃପକ୍ଷ ଓ ଜନ ସୂଚନା ଅଧିକାରୀମାନଙ୍କ ପାଇଁ ଏକ ଗୁରୁତ୍ବପୂର୍ଣ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇଙ୍କ ସଂଯୋଜନାରେ ଜିଲ୍ଲା ପରିଷଦର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମୁଦାୟ ୮୧ ଜଣ ପ୍ରଶିକ୍ଷର୍ଥୀ ଅଂଶ ଗ୍ରହଣ କରିଥିଲେ । ଜିଲ୍ଲା ମୁଖ୍ୟ ଚିକିସାଧିକାରୀ ଡ.ପ୍ରଦିପ କୁମାର ପାତ୍ର, ଡ଼.ମହମ୍ମଦ ଅଲ୍ଲୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ସୁଶ୍ରୀ ମମତାରାଣୀ ପରିଡ଼ା, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାରଙ୍କ କାର୍ଯ୍ୟାଳୟର ପ୍ରମୁଖ ଅଧିକାରୀ ପ୍ରମୁଖଙ୍କ ସହ ବିଭିନ୍ନ କାର୍ଯ୍ୟାଳୟ ସମ୍ପୃକ୍ତ ଜନ ସୂଚନା ଅଧିକାରୀ ଓ ପ୍ରଥମ ଅପିଲ୍ କର୍ତ୍ତୃପକ୍ଷମାନେ ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିଲେ । ବିଶେଷ କରି ସୂଚନା ଅଧିକାରୀ ନିୟମର ୧୭ ଗୋଟି ପଏଣ୍ଟକୁ ପ୍ରୋଆକ୍ଟିଭ୍ ଡିସ୍କୋକନର ଓ ମ୍ୟାନେଜ ପ୍ରୋଫାଇଲ ଅପଡେଟ୍ କରଯିବା ସମ୍ବନ୍ଧରେ ତାଲିମ୍ ପ୍ରଦାନ କରଯାଇଥିଲା । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗର ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଶ୍ରୀ ହର୍ଶ ପରିଚା ଆଭାସି ଜରିଆରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ