Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

ପାରଳାଖେମୁଣ୍ଡି:୩/୨(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ବିଜୁ କଲ୍ୟାଣ ମଣ୍ଡପ ଠାରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ-୨୦୨୪ ଅନୁଷ୍ଠିତ ହୋଇଯାଇଛି । ଆଜି ସକାଳ ସମୟରେ ସହରରେ ଥିବା ସମସ୍ତ ବର ପୁତ୍ରଙ୍କ ପ୍ରତିମୂର୍ତ୍ତି ଗୁଡିକରେ ଜିଲ୍ଲା ପ୍ରଶାସନ ତରଫରୁ ପୁଷ୍ପ ମାଲ୍ୟାର୍ପଣ କରଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ମାନୀତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି.ତିରୁପତି ରାଓ, ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ, ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ, ଜିଲ୍ଲା ବନ ଖଣ୍ଡ ଅଧିକାରୀ ଶ୍ରୀ ଏସ.ଆନନ୍ଦ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ଓ ରାଜେନ୍ଦ୍ର ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼.ଗୁଣନିଧି ନାୟକ, ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ କଳା ,ସାହିତ୍ୟ, ଗାଳ୍ପିକ, ଐତିହାସିକ ଓ ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନିୟ ଅବଦାନ ଥିବା ସହରର ବିଶିଷ୍ଠ ତଥା ଗୌର ଚନ୍ଦ୍ର ପଣ୍ଡା, ଗୋପାଳ ଚନ୍ଦ୍ର ଶତପଥୀ, ବିଚିତ୍ରାନନ୍ଦ ବେବର୍ତ୍ତା, ବିନୋଦ ଚନ୍ଦ୍ର ଜେନା, ଶ୍ରୀମତୀ ଆଶାଳତା ପାଣିଗ୍ରାହୀ, ସଚ୍ଛିଦାନନ୍ଦ ସାମଲ, ମୁରୁଲିଧର ପରିଚ୍ଛା, ଲକ୍ଷ୍ମନୃସିଂହ ରଥ ଓ ପୁର୍ଣ୍ଣ ଚନ୍ଦ୍ର ରଥ ଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସମ୍ମାନିତ କରାଯାଇଥିଲା । ପୂର୍ବାହ୍ନ ୧୧.ଘଟିକା ସମୟରେ “ବନ୍ଦେ ଉତ୍କଳ ଜନନୀ ” ସଙ୍ଗୀତ ଗାନ କରଯାଇଥିଲା। ଜନତା ମଇଦାନ ଭୁବନେଶ୍ଵର ଠାରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦ୍ଘାଟିତ କାର୍ଯ୍ୟକ୍ରମକୁ ସିଧା ପ୍ରସାରଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଉପଲେକ୍ଷେ ଓଡ଼ିଆ ଦସ୍ତଖତ ଅଭିଯାନ କରଯାଇଥିଲା।ଆଜିର ଏହି କାର୍ଯ୍ୟକ୍ରମରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ପୌର ପରିଷଦ କର୍ମଚାରୀ, ସ୍ଵୟଂ ସହାୟକ ଗୋଷ୍ଠୀ ସଦସ୍ୟା , ସହରର ବୁଦ୍ଧିଜୀବି ଓ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ