Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସ୍ଵାଭିମାନୀ ଓଡ଼ିଆ ପଗଡ଼ି ପୁରୁଷ ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସାଇ ହୋଟେଲ ମ୍ୟାନେଜମେଣ୍ଟ ଇନିଷ୍ଟି ଚ୍ୟୁଟରେ ରବିବାର ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। ଉକ୍ତ ସଭାରେ ବାଲିଗୁଡ଼ା ଶାଳବଣ ସାହିତ୍ୟ ସଂସଦ ସଭାପତି ଡ଼.ମଧୁସୂଦନ ମହାପାତ୍ର ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଉତ୍କଳ ସମ୍ମିଳନୀ କନ୍ଧମାଳ ଶାଖାର ସଭାପତି କୌଶିକ ସାହୁ, ମୁଖ୍ୟବକ୍ତା ଭାବେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ମୁଖ୍ୟ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ, ଅବସରପ୍ରାପ୍ତ ଶିକ୍ଷକ କୈଳାସ ଚନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ରହି ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦ୍ୱୀପ ଧୂପ ପ୍ରଜ୍ଜଳନ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ l ପ୍ରଥମେ ବନ୍ଦେ ଉତ୍କଳ ଜନନୀ ଗାନ କରି ବିଭିନ୍ନ କବିତା ପାଠ ଓ ସ୍ମୃତି ଚାରଣ କରିବା ସହ ସ୍ଵାଭିମାନୀ ଓଡ଼ିଆ ପଗଡ଼ି ପୁରୁଷଙ୍କୁ ମନେ ପକାଇଥିଲେ। ଶେଷରେ ଅଧ୍ୟକ୍ଷ ଶାରଦା ପ୍ରସନ୍ନ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ