Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଗକୁ ବଢିବ ତାତି; କାଲିଠୁ ସକାଳୁଆ ସ୍କୁଲ

ଭୁବନେଶ୍ବର: ଆଗକୁ ଆହୁରି ବଢିବ ତାତି। ଆଜି ସକାଳ ୮.୩୦ ସୁଦ୍ଧା ତାପମାତ୍ରା ୩୧ ଡିଗ୍ରୀ ରେକର୍ଡ କରାଯାଇଛି। ଆଗକୁ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ। ଏ ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ନିର୍ଦ୍ଦେଶ ଅନୁଯାୟୀ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କର ସକାଳୁଆ ‌କ୍ଲାସ୍‌ ହେବ। ସକାଳ ୭ଟାରୁ ୧୧ଟା ୩୦ ଯାଏ ପିଲା କ୍ଲାସ୍‌ ଆସିବେ। ଏହାସହ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସମସ୍ତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ପ୍ରାଥମିକ ଶିକ୍ଷା ବିଭାଗ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ