ଭବାନୀପାଟଣା, ୦୭/୦୨ (ଜଗନ୍ନାଥ ନାଏକ) : ଜିଲାପାଳ ଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲ୍ଲାପାଳ ଧର୍ମଗଡ ଧିମାନ ଚକମା,ଉପଜିଲ୍ଲାପାଳ ଭବାନୀ ପାଟଣା ଡ ବିଶ୍ୱଜିତ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୧୫୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୭ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୮ ଜଣ ଏବଂ ରେଡକ୍ରସ ପାଣ୍ଠି ରୁ ୧ ଜଣ ଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା।