Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟ ସରକାଙ୍କ ବିକାଶ ର ବାର୍ତ୍ତା ନେଇ,ଡାଲଗୁମା ପଞ୍ଚାୟତ ରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ।

କୋକସରା:୦୯/୦୨
ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଓଡ଼ିଶା ସରକାରଙ୍କ ଲୋକାଭିମୁଖୀ ଯୋଜନା ର ସଫଳ ରୂପାୟନ ଜନ ସାଧାରଣ ଙ୍କ ନିକଟରେ ପହଞ୍ଚାଇବା ପାଇଁ ଆରମ୍ଭ କରିଛନ୍ତି ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର। କୋକସରା ବ୍ଲକ ଡାଲଗୁମା ପଞ୍ଚାୟତ ରେ ସରପଞ୍ଚ ଯୋଗୀନ୍ଦ୍ର ପଟ୍ଟନାୟକ ଙ୍କ ଅଧ୍ୟକ୍ଷତା ରେ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ସଭାପତି ମାନସ ରଞ୍ଜନ ବାଗ, ଜିଲ୍ଲା ପରିଷଦ ସଭ୍ୟା ବୈଜୟନ୍ତି ପୁଝାରି, ଆମପାଣି ଯୋନ ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ,ଭାରପ୍ରାପ୍ତ ଜିପିଇଓ ବିରଞ୍ଚି ଖରସେଲ,ପୂର୍ବତନ ସମିତି ସଭ୍ୟ ଭୁବନେଶ୍ୱର ମାଝୀ,ଋତୁରାଜ ମାଝୀ, ଅତିଥି ଭାବେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିକାଶ ମୂଳକ ଯୋଜନା ଉପରେ ଜନ ସାଧାରଣ ଙ୍କୁ ଅବଗତ କରାଇବା ସହ ଓଡିଶା ରାଜ୍ୟର ସର୍ବାଙ୍ଗୀନ ବିକାଶ ପାଇଁ ବିଜେଡି ସରକାର ହିଁ ଏକମାତ୍ର ବିକଳ୍ପ ଜନ ପ୍ରତିନିଧିମାନେ କହିଥିଲ। ବିଭିନ୍ନ ସରକାରୀ ବିଭାଗର ଷ୍ଟଲ ରେ ଲୋକଙ୍କୁ ରାଜ୍ୟ ସରକାରଙ୍କ ସରକାରୀ ସ୍ତରରେ ରହିଥିବା ଯୋଜନା ବିଷୟରେ ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମ ପରିଶେଷରେ ସ୍ଥାନୀୟ ଲୋକ କଳାକାର ମାନେ ସମ୍ବଲପୁରୀ ସାଂସ୍କୃତିକ ର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।କାର୍ଯ୍ୟକ୍ରମ ରେ ମିଶନ ଶକ୍ତି ର ମହିଳା କର୍ମଚାରୀ, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ। ଡାଲଗୁମା ପିଇଓ ରାଜେନ୍ଦ୍ର ସୋରି ଜି ଆର ଏସ ଟିକେଶ୍ୱର ନାଗ ଓ ପଞ୍ଚାୟତ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ