Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ମାସିକ ପେନସନରେ ୫ ଶହ ଟଙ୍କା ବୃଦ୍ଧି

ଭୁବନେଶ୍ବର:ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଧୁବାବୁ ପେନସନ ଯୋଜନାର ହିତାଧିକାରୀଙ୍କ ମାସିକ ପେନସନ ରାଶିରେ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ଏଣିକି ଏହି ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି ୧୦୦୦ ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ।
ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ଟ୫୦୦, ଟ ୭୦୦ ଓ ଟ ୯୦୦ ପାଉଥିଲେ। ବର୍ଦ୍ଧିତ ପେନସନ ଅନୁଯାୟୀ ସେମାନେ ଏବେ ଯଥାକ୍ରମେ ୧୦୦୦, ୧୨୦୦ ଓ ୧୪୦୦ ଟଙ୍କାର ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ।
ମୁଖ୍ୟମନ୍ତ୍ରୀ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ ୫୦୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି। ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ ୨୦ ରୁ ୨୫ ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ।
୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ। ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି।
ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ। ଗତ ବର୍ଷ ଅଗଷ୍ଟରେ ୪.୧୩ ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ ୪ ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ ୩୬.୭୫ ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ