Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବରାଡ଼ଙ୍ଗା ପଞ୍ଚାୟତ ରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ।

କୋକସରା:୧୦/୦୨
କୋକସରା ବ୍ଲକ ବରାଡ଼ଙ୍ଗା ପଞ୍ଚାୟତ ରେ ସରପଞ୍ଚ ନିରୂପମା ସେଠି ଙ୍କ ଅଧ୍ୟକ୍ଷତା ରେ ନବୀନ ଓଡିଶା ସଚେତନତା କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବେ ସମିତି ସଭ୍ୟ ଗୁପ୍ତେଶ୍ଵର ବାଗ, ବଡ ପୋଡ଼ାଗୁଡା ସରପଞ୍ଚ ଯମୁନା ନାଏକ, ଆମପାଣି ସରପଞ୍ଚ ରୁକ୍ମଣୀ ବାଣୁଆ ପୂର୍ବତନ ସରପଞ୍ଚ ମନୋଜ କୁମାର ନାଏକ, ଗୋକୁଳ ନାଏକ, ପୂର୍ବତନ ସମିତି ସଭ୍ୟା ଶକୁନ୍ତଳା ଚଳାନ।ମଞ୍ଚ ରେ ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଯୁଗାନ୍ତକାରୀ, ଲୋକାଭିମୁଖୀ ଯୋଜନା ଉପରେ ଜନ ସାଧାରଣ ଙ୍କୁ ସୁଚିତ କରିଥିଲେ। ସଚେତନତା କାର୍ଯ୍ୟକ୍ରମ ରେ ବିଭିନ୍ନ ସରକାରୀ ବିଭାଗର ଷ୍ଟଲ ରେ ଲୋକଙ୍କୁ ରାଜ୍ୟ ସରକାରଙ୍କ ସରକାରୀ ସ୍ତରରେ ରହିଥିବା ଯୋଜନା ବିଷୟରେ ସୂଚନା ଦିଆଯାଇଛି। କାର୍ଯ୍ୟକ୍ରମ ରେ ଘୁମୁରା ,ବଜାସାଲ, ଘୁଡୁକା କଳାକାର ଓ ସ୍ଥାନୀୟ କଳାକାର ମାନେ ଲୋକକଲା ନୃତ୍ୟ ସମ୍ବଲପୁରୀ ସାଂସ୍କୃତିକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।କାର୍ଯ୍ୟକ୍ରମ ରେ ମିଶନ ଶକ୍ତି ର ମହିଳା କର୍ମଚାରୀ, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା, ଅଙ୍ଗନୱାଡି କର୍ମି ସମେତ ସ୍ଥାନୀୟ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ। ଗ୍ରାମ ରୋଜଗାର ସେବକ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ ମଞ୍ଚ ସଂଯୋଜନା କରିଥିଲେ । ବରାଡ଼ଙ୍ଗା
ପିଇଓ ଗିରିଶ ଚନ୍ଦ୍ର ନାଏକ ଓ ସମାଜସେବୀ ଟିକଚନ ସେଠି ପଞ୍ଚାୟତ କର୍ମଚାରୀ ମାନେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories