Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟସଭା ନିର୍ବାଚନ: ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ଦେବାଶିଷ ଓ ଶୁଭାଶିଷ

ଭୁୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଧାନସଭାର ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଭରିଲେ ବିଜେଡିର ଦୁଇ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଂଟିଆ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଉଭୟ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ଏହି ସମୟରେ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପରେ ଦଳ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ରାଜ୍ୟସଭାର ୩ଟି ଆସନ ଖାଲି ପଡିଥିବା ବେଳେ ଦଳ ଦୁଇ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଆଉ ଜଣେ ପ୍ରାର୍ଥୀ ଘୋଷଣା ବାକି ରହିଛି।

ସୂଚନାଯୋଗ୍ୟ ସମସ୍ତ ରାଜନୈତିକ ଆକଳନକୁ ଭୁଲ୍ ପ୍ରମାଣିତ କରି ବିଜେଡି ପ୍ରଥମ ପର୍ଯ୍ୟାୟରେ ଦୁଇ ଜଣ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା । ଦୁଇ ଥର କଟକ ବାରବାଟୀ ବିଧାନସଭା ନିର୍ବାଚନ ଜିତିଥିବା ଦେବାଶିଷ ସାମନ୍ତରାୟ ଓ ରାଜ୍ୟ ଯୁବ ବିଜେଡି ଉପ ସଭାପତି ଶୁଭାଷିଶ ଖୁଣ୍ଟିଆକୁ ଦଳ ସଂସଦର ଉଚ୍ଚସଦନ ପାଇଁ ପ୍ରାର୍ଥୀ କରିଛି। ଉଲ୍ଲେଖନୀୟ ରାଜ୍ୟର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଏବଂ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ରାଜ୍ୟସଭା କାର୍ଯ୍ୟକାଳ ଏପ୍ରିଲ ୩ ତାରିଖରେ ଶେଷ ହେଉଛି । ବିଧାନସଭାର ସଂଖ୍ୟା ବଳ ଦୃଷ୍ଟିରୁ ୩ଟି ଯାକ ଆସନ ବିଜେଡି ହାତକୁ ଯିବା ସ୍ପଷ୍ଟ ।

ସୂଚନାଯୋଗ୍ୟ, ଫେବୃଆରୀ ୨ ତାରିଖରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ନାମାଙ୍କନ ଶେଷ ତାରିଖ ରହିଛି ଫେବ୍ରୁଆରୀ ୧୫ ତାରିଖ । ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଏବଂ ୨୦ ତାରିଖରେ ନାମାଙ୍କନ ପ୍ରତ୍ୟାହାର ଶେଷ ତାରିଖ ରହିଛି । ଫେବୃଆରୀ ୨୭ ତାରିଖ ସକାଳ ୯ଟାରୁ ଅପରାହ୍ନ ୪ଟା ଭିତରେ ମତଦାନ ହେବ ।

More Stories