ବଢିଲା ପ୍ରଫ୍ରୁଲ୍ଲ ସାମଲଙ୍କ ଅଡୁଆ, ବାପ-ପୁଅଙ୍କୁ ସମନ ଜାରି କଲା ଇଡି


ଭୁୁବନେଶ୍ୱର: ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଜମି ମହାଦୁର୍ନୀତି ମାମଲାରେ ବିଜେଡିର ବରିଷ୍ଠ ନେତା ତଥା ଭଦ୍ରକର ଭଣ୍ଡାରୀପୋଖରୀର ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଡୁଆ ବଢିବାରେ ଲାଗିଛି । ଶନିବାର ପ୍ରଫୁଲ୍ଲ ସାମଲଙ୍କୁ ପ୍ରବର୍ତନ ନିର୍ଦ୍ଦେଶାଳୟ(ଇଡି) ସମନ ଜାରି କରିଛି । ବରପଦା ଇଞ୍ଜିନିୟରିରଂ କଲେଜ ଜମି ମାମଲାରେ ଏହି ସମନ ଜାରି କରାଯାଇଛି । ଏଥିସହ ଡକ୍ୟୁମେଂଟ ସହ ହାଜର ହେବା ପାଇଁ ପ୍ରଫୁଲ୍ଲଙ୍କ ସହ ପୁଅ ପ୍ରୟାସକାନ୍ତିଙ୍କୁ ମଧ୍ୟ ଇଡି ସମନ ଜାରି କରିଛି ।

ଗତକାଲି ଚଢଉରେ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ପଳାସପଲ୍ଲୀ ଘରୁ ଦାମୀ କାର ସହ ୧୦ ଲକ୍ଷ ଟଙ୍କା ଇଡି ଜବତ କରିଛି ଇଡି । ୧୫ ତାରିଖରେ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଗତକାଲି ପ୍ରବର୍ତନ ନିର୍ଦ୍ଦେଶାଳୟ(ଇଡି) ରେଡ୍ ମାରଥିଲା । କେନ୍ଦ୍ରୀୟ ଏଜେନ୍ସି ଏକକାଳୀନ ୧୦ରୁ ଅଧିକ ସ୍ଥାନରେ ଚଢଉ କରିଥିଲେ । ଭୁୁବନେଶ୍ୱରରେ ୪ଟି ଓ ଭଦ୍ରକ ସହରର ୬ଟି ସ୍ଥାନରେ ଏହି ଚଢଉ ହୋଇଥିଲା । ବରପଦା ଇଞ୍ଜିନିୟରିଂ କଲେଜର ପୂର୍ବତନ ଅଧ୍ୟକ୍ଷଙ୍କ ଘରେ ମଧ୍ୟ ଇଡି ଚଢଉ କରିଛି । ୨୦ କୋଟି ଟଙ୍କାର ଜମି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ଏଜେନ୍ସି ଏହି କାର୍ଯ୍ୟାନୁଷ୍ଠାନ କରିଥିବା କୁହାଯାଉଛି ।

ବିଜେଡି ବିଧାୟକ ପ୍ରଫୁଲ ସାମଲଙ୍କ ଭଦ୍ରକ ନୂଆବଜାର ସ୍ଥିତ ବାସଭବନରେ ଇଡିର ୫ ଜଣିଆ ଟିମ୍ ଚଢାଉ କରିଛି । ଅଧିକାରୀମାନେ ବିଧାୟକଙ୍କ ଘରେ କାଗଜପତ୍ର ଯାଂଚ କରିଥିଲେ । ୭ରୁ ୮ ବର୍ଷ ତଳେ ଇଞ୍ଜିନିୟରିଂ କଲେଜରେ କୋଟି କୋଟି ଟଙ୍କାର ଅର୍ଥ ହେରଫେର ହୋଇଥିବା ଅଭିଯୋଗ ହୋଇଥିଲା। କଲେଜ ନାମରେ ପ୍ରଫୁଲ ସାମଲଙ୍କ ପୁଅ ଜମି ଆଣି ପରବର୍ତୀ ସମୟରେ ବିଲଡରଙ୍କୁ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା । ଆଉ ଏହି ସଂଶ୍ଳିଷ୍ଟ ଥିବା ଅଭିଯୋଗରେ ବିଜେଡି ବିଧାୟକଙ୍କ ଘରେ ଆଜି ଇଡି ଚଢଉ କରିଛି । ଏହାସହ ବରପଦା ଇଞ୍ଜିନିୟରିଂ କଲେଜର ପୂର୍ବତନ ଅଧ୍ୟକ୍ଷଙ୍କ ଅପର୍ତିବିନ୍ଧାସ୍ଥିତ ଘରେ ରେଡ୍ କରାଯାଇଥିବା ଜଣା ଯାଇଛି ।