Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି:କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁ ଘଟିଲେ ୧ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହଯୋଗୀ ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସେମାନଙ୍କ ସହଯୋଗୀମାନଙ୍କ ପାରିଶ୍ରମିକ ରାଶି ୧,୪୦୦ ଟଙ୍କା ରୁ ୨,୦୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହା ଦ୍ୱାରା ରାଜ୍ୟର ମୋଟ ୫୫ ହଜାର ସ୍କୁଲରେ କାମ କରୁଥିବା ପାଚିକା ଓ ସହାୟିକା ଉପକୃତ ହେବେ। ଏଥି ପାଇଁ ରାଜ୍ୟ ସରକାର ବର୍ଷକୁ ୭୪ କୋଟି ଟଙ୍କା ଖର୍ଚ୍ଚ କରିବେ ।
ଏହା ସହିତ ପାଚିକା ଏବଂ ତ ସହାୟିକା ଯଦି ସେମାନଙ୍କ କାର୍ଯ୍ୟକାଳ ମଧ୍ୟରେ ମୃତ୍ୟୁବରଣ କରନ୍ତି ତେବେ ସେମାନଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ୧ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମଧ୍ୟ ପ୍ରଦାନ କରାଯିବ।
ଏହି ନିଷ୍ପତ୍ତି ଫଳରେ ରାଜ୍ୟର ପଞ୍ଚାବନ ହଜାର ବିଦ୍ୟାଳୟରେ କାମ କରୁଥିବା ଏକ ଲକ୍ଷ ଦଶ ହାଜର ପାଚିକା ଓ ସହାୟିକା ଉପକୃତ ହେବେ।