Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଶ୍ୱନାଥପୁରରେ ପଞ୍ଚାୟତସ୍ତରୀୟ ଆମ ଓଡିଶା-ନବୀନ ଓଡିଶା ସଚେତନତା ଶିବିର ଅନୁଷ୍ଠିତ

କଳାହାଣ୍ଡି,୧୮/୦୨-ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାଗୁଡିକ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବାକୁ ଆମ ଓଡିଶା-ନବୀନ ଓଡିଶା ପଂଚାୟତସ୍ତରୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ସରକାରଙ୍କ ଏହି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମକୁ ନେଇ ଜନସାଧାରଣଙ୍କ ମଧ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଥିବାବେଳେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରଠାରେ ପଂଚାୟତସ୍ତରୀୟ ଆମ ଓଡିଶା-ନବୀନ ଓଡିଶା ସଚେତନତା ଶିବିର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ସୁରଥ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ତହସିଲଦାର ତଥା ଭାରପ୍ରାପ୍ତ ବିଡିଓ କିରଣ କୁମାର ମହାନ୍ତି, ସମ୍ମାନିତ ଅତିଥିଭାବେ ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେଇ, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ସମିତି ସଭ୍ୟ ଅଜିତ କୁମାର ପ୍ରଧାନୀ, ନାଏବ ସରପଞ୍ଚ ଉତ୍ତରା ନାଏକ, ଯୁବ ସମାଜସେବୀ ହିମାଦ୍ରୀ ପେସନିଆ, ସମାଜସେବୀ ହରିଶଙ୍କର ପାତ୍ର, କୁମଖାଲ ସରପଞ୍ଚ ସାନ୍ଦ୍ରୁ ମାଝୀ ପ୍ରମୁଖ ମଞ୍ଚାସୀନ ଥିଲେ। ପଂଚାୟତ ନିର୍ବାହୀ ଅଧିକାରୀ ପ୍ରମୋଦ ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଗୋପାଳଦାସ ମହାନନ୍ଦ ସଭା ପରିଚାଳନା କରିଥିଲେ। ଏହି ଅବସରରେ ମିଶନଶକ୍ତି, କୃଷି, ଉଦ୍ୟାନ, ସ୍ୱାସ୍ଥ୍ୟ, ଶିକ୍ଷା, ସମନ୍ୱିତ ଶିଶୁବିକାଶ, ପ୍ରାଣୀ ସମ୍ପଦ, ବନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ଷ୍ଟଲ ଖୋଲାଯାଇଥିଲା। ବିଶ୍ୱନାଥପୁର ପଞ୍ଚାୟତର ସମସ୍ତ କର୍ମଚାରୀ, ଗାଁ ସାଥୀ, ଏମବିକେ, ସିଆରପିମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।