Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଭାସୀ ମାଧ୍ୟମରେ ଉଦଘାଟିତ ହେଲା ନବନିର୍ମିତ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର

କଳାହାଣ୍ଡି,୧୮/୦୨-ରାଜ୍ୟ ସରକାରଙ୍କ ଫାଇଭ-ଟି ଯୋଜନାରେ ଅନ୍ତର୍ଗତ ଆମ ହସ୍ପିଟାଲ ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ନବନିର୍ମିିତ ଭବ୍ୟ କୋଠା ଉଦ୍‌ଘାଟିତ ହୋଇଯାଇଛି। ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦ୍‌ଘାଟନ କରିଥିବାବେଳେ ବିଶ୍ୱନାଥପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ଏହାର ସିଧାପ୍ରସାରଣ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ଲାଞ୍ଜିଗଡ ତହସିଲଦାର ତଥା ଭାରପ୍ରାପ୍ତ ବିଡିଓ କିରଣ କୁମାର ମହାନ୍ତି, ସହକାରୀ ନିର୍ବାହୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ, ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଡା. ଭବାନୀଶଙ୍କର ଲେଙ୍କା, ସିଡିପିଓ ବିଜୟଶ୍ରୀ ସିଂହ, ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେଇ, ପୂର୍ତ୍ତ ବିଭାଗର କନିଷ୍ଠ ଯନ୍ତ୍ରୀ ଲମ୍ବୋଦର ବେହେରା ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ତଥା ଜନପ୍ରତିନିଧିଙ୍କ ସମେତ ଅଙ୍ଗନୱାଡି, ଆଶା, ମହିଳା ସ୍ୱାସ୍ଥ୍ୟକର୍ମୀ, ଏମବିକେ, ସିଆରପି ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ