Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୁରାଣ୍ଡି ଥାନା ଅଞ୍ଚଳରେ ଏକ ନାବାଳିକାକୁ ବଳାତ୍କାର ଅଭିଯୋଗରେ ଯୁବକ ଗିରଫ

ପାରଳାଖେମୁଣ୍ଡି:୨୦/୨(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲା ଗୁରାଣ୍ଡି ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ବଳାତ୍କାର କରାଯାଇଥିବା ଗୁରାଣ୍ଡି ପୋଲିସ ଥାନାରେ ଅଭିଯୋଗ କରାଯାଇଛି. ନାବାଳିକାଟି ବର୍ତ୍ତମାନ ଗର୍ଭବତୀ ଥିବା ଜଣାପଡିଛି । ଏନେଇ ନାବାଳିକାର ପରିବାର ପକ୍ଷରୁ ଗୁରାଣ୍ଡି ଥାନାରେ ଅଭିଯୋଗ କରାଯିବା ପରେ ପୁଲିସ୍ ଏକ ମାମଲା (୧୮/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିବା ସହ ଉଭୟଙ୍କ ଡାକ୍ତରି ମାଇନା କରାଯାଇଛି ବୋଲି ଗୁରାଣ୍ଡି ଥାନା ଅଧିକାରୀ ରବିନ୍ଦ୍ର ପାତ୍ର ଗଣ ମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ଗତକାଲି ନାବାଳିକାର ଡାକ୍ତରୀ ମାଇନା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲାସ୍ତରୀୟ ସରକାରୀ ଡାକ୍ତରଖାନାରେ କରାଯାଇଥିବା ବେଳେ ଅଭିଯୁକ୍ତକୁ ଗୁରାଣ୍ଡି ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଆଜି ଡାକ୍ତରୀ ମାଇନା କରାଯାଇଛି. ନାବାଳିକା ଜଣକ ଆନ୍ଧ୍ରର ହୋଇଥିବାବେଳେ ସେ ଆନ୍ଧ୍ରର ପୁରୁଣାପାଟଣା ଗ୍ରାମର ଏକ ହଷ୍ଟେଲରେ ରହି ପଢୁଥିଲେ । ଗତ ଦଶହରା ଛୁଟିରେ ସେ ତାର ଆଈ ଘର ଗାଁକୁ ଆସିଥ‌ିବା ବେଳେ ଜଣେ ଯୁବକ ନାବାଳିକାକୁ ନିଜ ପ୍ରେମ ଜାଲରେ ଫସାଇ ବିଭିନ୍ନ ପ୍ରକାର ପ୍ରତିଶୃତି ଦେଇ ତା’ ସହ ଶାରୀରିକ ସଂପର୍କ ରଖୁଥିଲା । ପରେ ସେ ସ୍କୁଲ ଖୋଲିବା ପରେ ଫେରିଯାଇ ହଷ୍ଟେଲରେ ରହିଥିଲା । ଗତ ୧୭ ତାରିଖ ଦିନ ହଠାତ୍ ନାବାଳିକାର ପେଟରେ ଯନ୍ତ୍ରଣା ହେବାରୁ ହଷ୍ଟେଲ ୱାର୍ଡେନକୁ ଜଣିବା ପରେ ସେ ସଂପୃକ୍ତ ନାବାଳିକାଙ୍କୁ ନେଇ ହସ୍ପିଟାଲକୁ ଯାଇଥିଲେ । ସେଠାରେ ନାବାଳିକା ଜଣକ ଗର୍ଭବତୀ ଥିବା ଡାକ୍ତର ସ୍ପଷ୍ଟ କରିବା ପରେ ୱାର୍ଡେନ ତୁରନ୍ତ ପୁରୁଣାପାଟଣା ପୁଲିସକୁ ଜଣାଇଥିଲେ । । ପୁଲିସ୍ ନାବାଳିକା ଠାରୁ ସମସ୍ତ ବିଷୟ ସଂଗ୍ରହ କରିଥିଲେ । ପରେ ଗଜପତି ଜିଲ୍ଲାର ଗୁରାଣ୍ଡି ଥାନାରେ ଏ ନେଇ ଅଭିଯୋଗ ହେବା ପରେ ପୁଲିସ୍ ଏକ ମାମଲା ରୁଜୁ କରି ତଦନ୍ତ କରିଥିଲେ. ସମସ୍ତ ତଦନ୍ତ ପରେ ଆଜି ସମ୍ପୃକ୍ତ ଅଭିଯୁକ୍ତକୁ ଗିରଫ କରି କୋୖର୍ଟ ଚାଲାଣ କରାଯାଇଥିବା ଗୁରାଣ୍ଡି ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି.

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l