Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ପୁରସ୍କାର ବିତରଣ ଉତ୍ସଵ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୧/୨(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ବେତାଗୁଡା, ପାରାଲାଖେମୁଣ୍ଡି ଠାରେ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ପୁରସ୍କାର ବିତରଣ ଉତ୍ସଵ ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ସମାରୋହରେ ଶ୍ରୀ ପ୍ରଦୋଷ କୁମାର ନାୟକଙ୍କ ଜିଲ୍ଲା ଶିକ୍ଷା ଅଧିକାରୀ ଗଜପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଜିଲ୍ଲାପାଳ
,ଗଜପତି ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବରେ ଶ୍ରୀ ମନୋଜ ରଞ୍ଜନ ଦଳେଇ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଗଜପତି, ସୁଶ୍ରୀ ମମତା ରାଣୀ ପରିଡ଼ା, ଜିଲ୍ଲା ମଙ୍ଗଳ ଅଧିକାରୀ ଗଜପତି ଓ ଶ୍ରୀ ପ୍ରଦୀପ ଜେନା, ପ୍ରଶିକ୍ଷକ,ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ଅନୁଷ୍ଠାନ ପାରଳାଖେମୁଣ୍ଡି ପ୍ରମୁଖ ମଞ୍ଚାସିନ ଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ପ୍ରତ୍ୟେକ ବ୍ଲକର ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ର ଛାତ୍ରୀ ଯୋଗଦାନ କରିଥିବା ବେଳେ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଥିବା ପ୍ରତିଭା ନିମନ୍ତେ ଶିକ୍ଷକ ଶିକ୍ଷୟତ୍ରୀ ଓ ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ଶିକ୍ଷୟତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସମୁଦାୟ ଆଠଟି ବର୍ଗର ୧୧୨୪ ଗୋଟି ପୁରସ୍କାର ବିତରଣ କରଯାଇଥିଲା।ଯଥା :- ବ୍ଲକ୍ ଶିକ୍ଷା ପୁରସ୍କାର ୭୧୪, ନେତୃତ୍ବ ପୁରସ୍କାର-୨୭୮, ଜିଲ୍ଲା ଶିକ୍ଷା ପୁରସ୍କାର -୫୫ , ପ୍ରାଥମିକ ଶିକ୍ଷା ପୁରସ୍କାର ୭ , ମାଧ୍ୟମିକ ଶିକ୍ଷା ପୁରସ୍କାର ୨୧ , ପ୍ରାଥମିକ ବିଦ୍ୟାଳୟ ପୁରସ୍କାର ୨୦ , ସ୍କୁଲ ପରିଚାଳନା କମିଟି -୭ ଓ ଆଲୁମିନି -୬ ଜଣଙ୍କୁ ସମ୍ୱର୍ଦ୍ଧିତ କରଯାଇ ଥିଲା ଏହି କାର୍ଯ୍ୟକ୍ରମରେ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର, ଜିଲ୍ଲା କ୍ରୀଡ଼ା ନିରୀକ୍ଷକ ଗଜପତି ସମେତ ସମସ୍ତ ବ୍ଲକର ଗୋଷ୍ଠୀ ଶିକ୍ଷା ଅଧିକାରୀ, ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ,ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।