Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜିଠୁ ସବୁ ସ୍କୁଲ ଛୁଟି

ଭୁବନେଶ୍ବର: ଆଜିଠୁ ସବୁ ସ୍କୁଲ ଛୁଟି। ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ ଏବଂ ଘରୋଇ ସକୁଲଗୁଡିକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍କୁଲ ସହିତ ଅଙ୍ଗନବାଡି ମଧ୍ୟ ବନ୍ଦ ରହିବ । ଗତକାଲି ଗ୍ରୀଷ୍ମ ପ୍ରବାହ ସ୍ଥିତି ନେଇ ନବୀନ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରିବା ପରେ ଏହି ନିଷ୍ପତ୍ତି ଆସିଥିଲା।

ପିଲାଙ୍କ ସ୍ବାସ୍ଥ୍ୟବସ୍ଥାକୁ ନଜରରେ ମୁଖ୍ୟମନ୍ତ୍ରୀ ଏଭଳି ନିଷ୍ପତ୍ତି ନେଇଛନ୍ତି । ଗତ କିଛିଦିନ ହେବ ରାଜ୍ୟରେ ଅସମ୍ଭାଳ ତାତି ଅନୁଭୂତ ହେଉଛି।ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଟପିଲାଣି। ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ଓ ନଗର ଉନ୍ନୟନ ଏବଂ ଶକ୍ତି ବିଭାଗକୁ ଆଗୁଆ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେକୌଣସି ସ୍ଥିତିର ମୁକାବିଲା ସହିତ ପାନୀୟ ଜଳ ଯୋଗାଣ, ଜଳାଭାବ ଦୂର, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ଉପରେ ସ୍ବତନ୍ତ୍ର ନଜର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ନବୀନ ।