Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ପାରଳାଖେମୁଣ୍ଡି:୫/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର , ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ.ଆନନ୍ଦ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୧୩୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୧୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୨୦ ଗୋଟି ଓ ୩୯ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି, ୩ ଜଣକୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩୦ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ପ୍ରଦୀପ କୁମାର ପାତ୍ର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ