Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ଶିଳ୍ପ କେନ୍ଦ୍ର ସଂସ୍ଥା ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଉଦ୍ୟୋଗୀ ଦିବସ ପାଳିତ।

ପାରଳାଖେମୁଣ୍ଡି:୬/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଜିଲ୍ଲା ସ୍ତରୀୟ ଉଦ୍ୟୋଗୀ ଦିବସ ସ୍ଥାନୀୟ ଜିଲ୍ଲା ଶିଳ୍ପ କେନ୍ଦ୍ର ସଂସ୍ଥା ସମ୍ମିଳନୀ କକ୍ଷ ଠାରେ ପାଳିତ ହୋଇଯାଇଛି। ଆଜିର ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀଯୁକ୍ତ ବଳରାମ ସୁଭଦ୍ଧି, ଉପନିର୍ଦ୍ଦେଶକ ଉଦ୍ୟାନ ବିଭାଗ ଶ୍ରୀଯୁକ୍ତ ଶୁଶାନ୍ତ ରଞ୍ଜନ ଦାସ ଓ ଶ୍ରୀଯୁକ୍ତ ସୁନାରାମ ସିଂ,ଜିଲ୍ଲା ଶିଳ୍ପ କେନ୍ଦ୍ର ସଂସ୍ଥା ସାଧାରଣ ପରିଚାଳକ ଗଜପତି,ପ୍ରମୁଖ ମଞ୍ଚାସିନ ଥିଲେ ।ଏହି ଉଦ୍ୟୋଗୀ ଦିବସ ପାଳନ ଅବସରରେ ଗଜପତି ଜିଲ୍ଲାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ମାନେ ଉତ୍ପାଦିତ ଦ୍ରବ୍ୟ ଏବଂ ସେମାନଙ୍କ ସଂସ୍ଥା ଦ୍ବାରା ପ୍ରଦାନ କରାଯାଉଥିବା ବିଭିନ୍ନ ସେବା ସମ୍ପର୍କରେ ଉପସ୍ଥିତ ଜନ ସାଧାରଣଙ୍କୁ ଅବଗତ କରାଇଥିଲେ। ଆଜିର ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ ନିଯୁକ୍ତି ସୃଜନ କାରି କାର୍ଯ୍ୟକ୍ରମ ଯୋଜନା ଓ ପ୍ରଧାନମନ୍ତ୍ରୀ ଅଣୁ ଖାଦ୍ୟ ଉଦ୍ୟୋଗ ପ୍ରକ୍ରିୟାକରଣ ବୈଧିକରଣ ଯୋଜନା, ଋଣ ପ୍ରଦାନ ସମ୍ବନ୍ଧ ବିଷୟରେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ଜିଲ୍ଲାର ଶିକ୍ଷିତ ବେକାର ଯୁବକଯୁବତୀ ମାନଙ୍କୁ ଅଣୁ,କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପ୍ରତି ଆଗ୍ରହ ସୃଷ୍ଟି କରାଯିବ ଏବଂ ଏଥିରେ ଅଂଶୀ ଦାରୀ ହେବା ନିମନ୍ତେ ସରକାରଙ୍କ ଦ୍ବାରା ପରିଚାଳିତ ନୀତି ନିୟମ ସମ୍ପର୍କରେ ଅବଗତ କରାଯାଇଛି । ଜିଲ୍ଲାର କୁଶଳୀ କାରିଗର,ମହିଳା ସ୍ବୟଂ ସହାୟକ ଗୋଷ୍ଠୀ,ଅଣୁ,କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ବୃହତ୍ ଶିଳ୍ପର ପ୍ରତିନିଧି ମାନଙ୍କୁ କର୍ମଶାଳା ମାଧ୍ୟମରେ ପ୍ରୋତ୍ସାହନ ଦିଆଯିବ । ଆଜିର ଏହି କାର୍ଯ୍ୟକ୍ରମରେ ସ୍ଵଂୟ ସହାୟକ ଗୋଷ୍ଠୀ ,ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ,ଜନ ପ୍ରତିନିଧି ଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।