Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଶ୍ୱନାଥପୁରଠାରେ ଲାଞ୍ଜିଗଡ଼ ପଞ୍ଚାୟତ ସମିତି ବୈଠକ

କଳାହାଣ୍ଡି,୦୬/୦୩-ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷ ପରିସରରେ ସପ୍ତମ ପଞ୍ଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ଯକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଲୋକସଭା ସାଂସଦଙ୍କ ପ୍ରତିନିଧି ଲକ୍ଷ୍ମୀଧର ସନ୍ତୋଷରାୟ, ଲାଞ୍ଜିଗଡ ବିଡିଓ ଶଶାଙ୍କ ପାତ୍ର, ବ୍ଲକ ଉପାଧ୍ଯକ୍ଷ ସଞ୍ଜୀବ କୁମାର ନାୟକ, ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ, ସହକାରୀ ନିର୍ବାହୀ ଯନ୍ତ୍ରୀ ସାଲଖୁ ହେମ୍ବ୍ରମ ପ୍ରମୁଖ ମଞ୍ଚାସୀନ ଥିଲେ। ଜିପିଇଓ ପ୍ରଦୀପ ଠାକୁର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହି ଅବସରରେ ବ୍ଲକସ୍ତରୀୟ ସମସ୍ତ ବିଭାଗର ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିବାବେଳେ ଲାଇନ ବିଭାଗର ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ। ବ୍ଲକର ୨୬ ଗୋଟି ଗ୍ରାମ ପଂଚାୟତର ସରପଞ୍ଚ ଓ ସମିତି ସଦସ୍ୟ, ସଦସ୍ୟାମାନେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ