Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର କଲେଜରେ ଛାତ୍ରବୃତ୍ତି ପ୍ରମାଣ ପତ୍ର ପ୍ରଦାନ

ବୀରମହାରାଜପୁର : (ସୌମିତ୍ରି ମେହେର )
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ଡିଗ୍ରୀ କଲେଜରେ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନୂଆ-ଓ ଛାତ୍ରବୃତ୍ତି ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା I କଲେଜ ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀ ଆୟୋଜିତ କାର୍ଯ୍ଯକ୍ରମରେ ଅଧ୍ୟକ୍ଷତା କରିଥିବା ବେଳେ ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଛାତ୍ର ବୃତ୍ତି ପ୍ରମାଣ ପତ୍ର ପ୍ରଦାନ କରିଥିଲେ I ପରିଚାଳନା କମିଟି ସଭାପତି ସ୍ଵୟମ୍ଭୁ ନାଥ ଖଣ୍ଡଗିରି , ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ରଞ୍ଜିତ କୁମାର ରଥ , ଆଇନଜିବି ରାଧାକାନ୍ତ ବାଘ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ l ଡ. ବବିତା ବିଶ୍ଵାଳ ସଭା ପରିଚାଳନା କରିଥିବା ବେଳେ ଅଧ୍ୟାପିକା ଯାମିନୀ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ