Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଢ଼ିଲା ଆଶା କର୍ମୀଙ୍କ ପାରଶ୍ରମିକ ରାଶି

ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କରିଛନ୍ତି ଆଶା ମାନଙ୍କ ପାଇଁ ବଡ ଘୋଷଣା। ରାଜଧାନୀରେ ଆଶା ମାନଙ୍କ ମେଳି ଦେଖି ଅତି ହରବରିଆ ଭାବେ ଆଶାଙ୍କ ପାରଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।ଆଶା କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ । ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯.୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ ବୋଲି ଆଜି ଘୋଷଣା କରିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ