ମହାଶିବରାତ୍ରି ଉପଲକ୍ଷେ ବିଭିନ୍ନ ଶୈବପୀଠ ଚଳଚଞ୍ଚଳ


ବେଲଗୁଣ୍ଠା, 08/03, ଶୁକ୍ରବାର ପବିତ୍ର ମହା ଶିବରାତ୍ରି ଉପଲକ୍ଷେ ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ଶୈବ ପୀଠ ଚଳଚଞ୍ଚଳ ହେବା ସହିତ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଥିଲା I ବ୍ଳକ୍ ର ଗାଙ୍ଗପୁର ସ୍ଥିତ ଶ୍ରୀ ଶ୍ରୀ ସ୍ଵପ୍ନେଶ୍ଵର ମନ୍ଦିର, ବୋରୀର ସିଦ୍ଧେଶ୍ଵର ମନ୍ଦିର, ପାଲକଷଣ୍ଢାର ନୀଳକଣ୍ଠେଶ୍ୱର ମନ୍ଦିର, କେ.ନୂଆଗଡ଼ର ଗୁପ୍ତେଶ୍ୱର ମନ୍ଦିର, ଗୋବରାର ଶ୍ରୀ ଶ୍ରୀ କପିଳେଶ୍ଵର ମନ୍ଦିର,ବେଲଗୁଣ୍ଠାର ବାଲୁଙ୍କେଶ୍ୱର ମନ୍ଦିର ସମେତ ବଡ଼ ସାଦରା,ଖଇରପୁଟି,ଇନ୍ଦନପୁର,ସିଂହମର୍ଦ୍ଦନ,କ୍ଷତ୍ରିୟବରପୁର,ନୂଆଁପଡ଼ା,ନାୟକପଡ଼ାର ବୈଦ୍ୟନାଥ, ଗୋଲାପଡ଼ାର ସ୍ଵପ୍ନେଶ୍ଵର ଆଦି ଶିବ ମନ୍ଦିରରେ ସକାଳୁ ସକାଳୁ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଥିଲା I ମନ୍ଦିର ଗୁଡିକରେ ଭୋର୍ ରୁ ନୀତିକାନ୍ତି ସହିତ ଦେବ ଦେବଙ୍କ ଦର୍ଶନ ଆରମ୍ଭ ହୋଇଥିଲା I ସମୟ ବଢିବା ସହିତ ଗହଳି ମଧ୍ୟ ବଢ଼ିଥିଲା I ମନ୍ଦିର ଗୁଡ଼ିକ ସମ୍ମୁଖରେ ପଳାଶଫୁଲ ,ବେଲପତ୍ର, ଦୀପ ଭଳି ପୂଜାସାମଗ୍ରୀ ସହିତ ଛୋଟପିଲାଙ୍କ ପାଇଁ ଖେଳନା ସାମଗ୍ରୀର ବେପାର ବେଶ୍ ଜମିଥିଲା I ସନ୍ଧ୍ୟା ସମୟରେ ମନ୍ଦିର ଗୁଡ଼ିକ ଆଲୋକମାଳାରେ ଝଲସିବା ସହିତ ମନ୍ଦିର ପରିସରରେ ଶହ ଶହ ଭକ୍ତ ଜାଗର ଦୀପ ଜାଳି ବସିଥିଲେ I ମନ୍ଦିର ଗୁଡ଼ିକରେ ଭଜନ,କୀର୍ତ୍ତନ ,ଅଷ୍ଟପ୍ରହରୀ ଅନୁଷ୍ଠିତ ହୋଇଥିବା ବେଳେ ମନ୍ଦିର ଗୁଡିକରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା I ଗୋବରାର ଉଗ୍ରେଶ୍ୱର ମନ୍ଦିର, ନୂଆଁଗଡ଼ର ଗୁପ୍ତେଶ୍ୱର ମନ୍ଦିରରେ ଅଷ୍ଟପ୍ରହରୀ ଆରମ୍ଭ ହୋଇଥିବା ବେଳେ ବେଲଗୁଣ୍ଠା ନିକଟସ୍ଥ ଉଢୁରା ନୂଆଁ ସାହି ତରଫରୁ ଗ୍ରାମରେ ଚବିଶି ପ୍ରହର ଅଖଣ୍ଡ ନାମ ଯଜ୍ଞ ଆରମ୍ଭ ହୋଇଛି I ମଧ୍ୟ ରାତ୍ରିରେ ମହାଦୀପ ଉଠିବାର କାର୍ଯ୍ୟକ୍ରମ ରହିଛି I ମହା ଶିବରାତ୍ରି ଉପଲକ୍ଷେ ଶନିବାର ଗାଙ୍ଗପୁର ଗ୍ରାମରେ ଦୁଇ ପୁଞ୍ଜା ରାମାୟଣ ନାଟକ ପରିବେଷଣ ହେବାର କାର୍ଯ୍ୟକ୍ରମ ରହିଛି I

ଗଜପତି ଜିଲ୍ଲାରେ ଆନ୍ଧ୍ର ଅଧିକାରୀମାନଙ୍କ ବେଆଇନ ପ୍ରବେଶକୁ ପ୍ରଶୟ ଦିଆଯିବ ନାହିଁ…. ଗଜପତି ଜିଲ୍ଲାପାଳ ପାରଳାଖେମୁଣ୍ଡି,୧୯/୭(ଗରୁଡ ଧ୍ୱଜ ଚୌଧୁରୀ) ଓଡ଼ିଶା ସୀମାରେ ଆନ୍ଧ୍ର ଅଧିକାରୀଙ୍କ ଅନୁପ୍ରବେଶ କରି ଓଡ଼ିଶାର 3 ଗୋଟି ଗାଁକୁ ଆନ୍ଧ୍ରର ବୋଲି ଦାବି କରିବା ବ୍ୟର୍ଥ ଉଦ୍ୟମକୁ କେବେ ବି ସଫଳ କରି ଦିଆଯିବନାହିଁ. ଓଡିଶା ତଥା ଗଜପତି ଜିଲ୍ଲାର ପରିସୀମା ମଧରେ ଆନ୍ଧ୍ର ଅଧିକାରୀଙ୍କ ବେଆଇନ ପ୍ରବେଶ ଓ ବିଭିନ୍ନ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟକୁ କେବେ ବି ପ୍ରଶୟ ଦିଆ ଯିବନାହିଁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଦୃଢତାର ସହ ପ୍ରକାଶ କରିଛନ୍ତି.ଏହି ଘଟଣା ନେଇ ଗଜପତି ଜିଲ୍ଲା ପ୍ରଶାସନ ସମ୍ପୂର୍ଣ ଆକସନ୍ ମୁଡ୍‌ରେ ରହିଥ‌ିବା ଜଣାପଡ଼ିଛି। ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅଧୀନ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା, ଆମରିଙ୍ଗି ଓ ବୁରୁସିଂ ଆଦି 3 ଗୋଟି ଗ୍ରାମକୁ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାସ ଓ ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର ପଣ୍ଡା ପହଞ୍ଚି ଲୋକଙ୍କ ସହ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ଆନ୍ଧ୍ରର କୌଣସି ଅଧିକାରୀ ଆସିଲେ ଡରିବାର ନାହିଁ. ତୁରନ୍ତ ପ୍ରଶାସନକୁ ଜଣାଇବାକୁ ଜିଲ୍ଲାପାଳ ଗ୍ରାମବାସୀଙ୍କୁ କହିଛନ୍ତି. ଓଡ଼ିଶା ଜାଗା ଛାଡିବୁନି କି ଆନ୍ଧ୍ର ଜାଗା ମାଡ଼ିବୁ ନାହିଁ ବୋଲି ଜିଲ୍ଲାପାଳ ବିଜୟ କୁମାର ଦାସ ଗ୍ରାମବାସୀମାନଙ୍କୁ ଦୃଢତାର ସହ ପ୍ରକାଶ କରିଛନ୍ତି। ଏଥିସହ ମାଣିକପାଟଣାରେ ତିଆରି ହୋଇଥିବା ଆନ୍ଧ୍ରର ଅଙ୍ଗନବାଡ଼ି କେନ୍ଦ୍ରକୁ ବୁଲି ଦେଖୁବା ସହ ଉକ୍ତ କେନ୍ଦ୍ରର ସୀମା ଚିହ୍ନଟ ପାଇଁ ରାୟଗଡ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୀମାକୁ ନେଇ କୌଣସି ବିବାଦ ନାହିଁ ଉନ୍ନୟନ କାର୍ଯ୍ୟ ହୋଇଥିବା ଅଞ୍ଚଳ ଓଡ଼ିଶାର, ଓଡ଼ିଶା ସୀମା ଭିତରେ ହିଁ ରହିଛି. ଗତ କିଛି ଦିନ ତଳେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଏହି ଅଞ୍ଚଳ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିବା ପରେ ଯେଉଁ ରିପୋର୍ଟ ପ୍ରଦାନ କରିଛନ୍ତି ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାପାଳଙ୍କୁ ଚିଠି ଲେଖୁ ଜଣାଇ ଦିଆଯାଇଛି। ଏହି ଗସ୍ତ ସମୟରେ ସହକାରୀ ନିର୍ବାହୀ ଯନ୍ତ୍ରୀ ସିଦ୍ଧାର୍ଥ ଶଙ୍କର ତ୍ରିପାଠୀ, ସିଡିପିଓ ବି. କାମଳାଙ୍ଗୀ, ଏସ୍‌ ଡିପିଓ ମାଧବାନନ୍ଦ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ମାୟାଧର ସାହୁ, ଗାରାବନ୍ଧ ଥାନା ଅଧିକାରୀ ପ୍ରଶାନ୍ତ ନିଶିକା ପ୍ରମୁଖଙ୍କ ସହ କେତେଜଣ ପ୍ରଶାସନିକ ଅଧିକାରୀ ଏହି 3 ଗୋଟି ଗ୍ରାମକୁ ଉପଜିଲ୍ଲାପାଳଙ୍କ ସହ ଗସ୍ତ କରି ସମସ୍ତ ଅନୁଧ୍ୟାନ କରିଥିଲେ। ମୋଟାମୋଟି ଭାବେ ଏହି ସମସ୍ତ ଅଞ୍ଚଳ କେବଳ ଓଡିଶାର ଏବଂ ଗଜପତି ଜିଲ୍ଲା ଅଧୀନରେ ରହିଥିବା ସ୍ପଷ୍ଟ ହୋଇଯାଇଛି. ଆଗାମୀ ଦିନରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ଆହୁରି ଅନେକ ବିକାଶମୂଳକ ଜନ ହିତକର କାର୍ଯ୍ୟ କରାଯିବ. ତେଣୁ ଅଞ୍ଚଳବାସୀ ଆନ୍ଧ୍ରର କେତେକ ଅଧିକାରୀଙ୍କ ବିଭ୍ରାନ୍ତିମୂଳକ ଓ ଭୁଲ ତଥ୍ୟକୁ କୌଣସି ଭାବେ ଗୁରୁତ୍ୱ ନ ଦେଇ ଓଡିଶା ପ୍ରଶାସନର ବିଭିନ୍ନ ଉନ୍ନୟନମୂଳକ ଯୋଜନାରେ ନିଜ ନିଜକୁ ସାମିଲ କରି ଏହି ଅଞ୍ଚଳର ଉନ୍ନତି ଓ ବିକାଶ ପାଇଁ ସହଯୋଗ କରନ୍ତୁ ବୋଲି ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ନିବେଦନ କରିଛନ୍ତି.