Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦିଲ୍ଲୀରୁ ଫେରି ମନମୋହନ ସାମଲ କହିଲେ ନିର୍ବାଚନରେ ବିଜେପି ଏକାକୀ ଲଢ଼ିବ

ଆଗାମୀ ଲୋକସଭା ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ବିଜେଡି ଓ ବିଜେପି ମଧ୍ୟରେ ଓଡ଼ିଶାରେ ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ରାଜ୍ୟ ବିଜେପି ସଭାପତି ମନ‌ମୋହନ ସାମଲ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ନୂଆଦିଲ୍ଲୀରୁ ଫେରିଲା ପରେ ଭୁବନେଶ୍ବରରେ ଶ୍ରୀ ସାମଲ ସାମ୍ବାଦିକମାନଙ୍କୁ କହିଛନ୍ତି, ମେଣ୍ଟ ନେଇ କୌଣସି ଚର୍ଚ୍ଚା ହୋଇନାହିଁ। ଓଡ଼ିଶାରେ ଭାରତୀୟ ଜନତା ପାର୍ଟି (ବିଜେପି) ଏକାକୀ ଲଢ଼ିବ ବୋଲି ପୁଣି ଦୋହରାଇଛନ୍ତି। ଉଭୟ ଲୋକସଭା ଓ ବିଧାନସଭାରେ ବିଜେପି ଏକାକୀ ନିର୍ବାଚନ ଲଢ଼ିବ। ବିଜେପି କିଭଳି ସରକାର ଗଢ଼ିବ, ସେଥି ନେଇ କେନ୍ଦ୍ରୀୟ ନେତାଙ୍କ ସହିତ ଆଲୋଚନା ହୋଇଛି।