Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଲାଞ୍ଜିଗଡ଼ ବ୍ଲକରେ କଳାହାଣ୍ଡି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

କଳାହାଣ୍ଡି,୧୧/୦୩-ଲାଞ୍ଜିଗଡ଼ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷ ପରିସରରେ ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ଵେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସମେତ ଜିଲ୍ଲାସ୍ତରୀୟ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଥିଲେ। ଏହି ଅବସରରେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର, ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ର, ତହସିଲଦାର କିରଣ କୁମାର ମହାନ୍ତି ପ୍ରମୁଖ ମଂଚାସୀନ ଥିଲେ। ବ୍ଲକର ବିଭିନ୍ନ ଅଞ୍ଚଳରୁ ଜନସାଧାରଣ ଯୋଗଦେଇଥିବାବେଳେ ୧୫ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ଅଭିଯୋଗ ଶୁଣାଣି ଶେଷ ହେବା ପରେ ଜିଲ୍ଲାପାଳ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିବା ସହିତ ସ୍ୱାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷଙ୍କ ସହିତ ଆଲୋଚନା କରିଥିଲେ। ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ମେଡିକାଲ ଅଫିସର ଡା. ଭବାନୀଶଙ୍କର ଲେଙ୍କାଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।