ଭୁୁବନେଶ୍ୱର: ଓଡିଶାକୁ ଗଡିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ । ବିଶାଖାପାଟଣାରୁ ଭୁୁବନେଶ୍ୱର ବନ୍ଦେ ଭାରତ ଏକ୍ସପ୍ରେସ ଶୁଭାରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଏହି ଟ୍ରେନକୁ ସବୁଜ ପତାକା ଦେଖାଇ ଉଦଘାଟନ କରିଛନ୍ତି । ଏହି ଟ୍ରେନ ଖୋର୍ଦ୍ଧା ରୋଡ, ବ୍ରହ୍ମପୁର, ପଲାସା, ଶ୍ରୀକାକୁଲମ ଓ ବିଜୟନଗରମରେ ରହିବ । ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ ସମୟରେ ଖୋର୍ଦ୍ଧା ରୋଡ ଷ୍ଟେସନରେ ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବଙ୍କ ସହିତ ରେଳ ବିଭାଗର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
ଶନିବାର ବ୍ୟତୀତ ସପ୍ତାହକୁ ୬ ଦିନ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ । ରାଜ୍ୟରେ ପ୍ରଥମେ ପୁରୀରୁ କୋଲକାତା ଯାତ୍ରା କରିଥିଲା ବନ୍ଦେ ଭାରତ ଏକ୍ସପ୍ରେସ। ଏହା ପରେ ପୁରୀରୁ ରାଉରକେଲା ଏବଂ ଏବେ ଭୁୁବନେଶ୍ୱରରୁ ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଆରମ୍ଭ ହୋଇଛି । କେବଳ ଓଡିଶା ନୁହେଁ ଦେଶର ବିଭିନ୍ନ ରାଜ୍ୟରେ ୧୦ଟି ବନ୍ଦେ ଭାରତ ଏକ୍ସପ୍ରେସ ଚଳାଚଳକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।
ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦୀ ୮୫ ହଜାର କୋଟିରୁ ଅଧିକ ବ୍ୟୟରେ ବିଭିନ୍ନ ରେଳ ପ୍ରକଳ୍ପର ଭିତିପ୍ରସ୍ତର ଓ ଲୋକାର୍ପଣ କରିଛନ୍ତି । ଓଡିଶାରେ ୨୭୪ ରେଳ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ୍ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ ।