ରାଜ୍ୟରେ ଆଉ ୨୨ ନୂଆ ଏନଏସି ଗଠନ, ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା


ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ପୁଣି ମୁଖ୍ୟମନ୍ତ୍ରୀଙ୍କ ଆଉ ଏକ ବଡ ଘୋଷଣା । ରାଜ୍ୟରେ ଗଠନ ହେଲା ଆଉ ୨୨ଟି ନୂଆ ବିଜ୍ଞାପିତ ଅଂଚଳ ପରିଷଦ(ଏନଏସି) । ଏଥିସହ ଭଞ୍ଜନଗର ଏନଏସିକୁ ମ୍ୟୁନିସିପାଲିଟିର ମାନ୍ୟତା ମିଳିଛି । ରାଜ୍ୟର ୧୩ଟି ଜିଲ୍ଲାରେ ଏହି ୨୨ଟି ଏନଏସି ଗଠନର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ମନମୁଣ୍ଡା, ପୁରୁଣା କଟକ ଓ ବାଉଁଶୁଣି। ବଲାଙ୍ଗିରର ଲୋଇସିଂହା ଓ ସିନ୍ଧେକେଲା, ବରଗଡର ସୋହେଲା, ବାଲେଶ୍ୱରର ବାଲିଆପାଳ ଓ ଖଇରା, ଭଦ୍ରକରଧାମରା, ଢେଙ୍କାନାଳର ରାସୋଳ, ଜଗତସିଂହପୁରର କୁଜଙ୍ଗ, କଳାହାଣ୍ଡିର ନର୍ଲା ଓମଦନପୁର ରାମପୁର, ଖୋର୍ଦ୍ଧାର ବୋଲଗଡ, ନୟାଗଡ଼ର ଶରଣକୁଳ, ପୁରୀର ସାକ୍ଷୀଗୋପାଳ ଓକାକଟପୁର, ସମ୍ବଲପୁରର ରେଙ୍ଗାଲି ଓ ବାମଣ୍ଡା ଏବଂ ସୁବର୍ଣ୍ଣପୁର ଜିଲ୍ଲାର ସୁବଳୟା ,ଉଲୁଣ୍ଡା ଓ ରାମପୁର ଆଦି ସ୍ଥାନକୁ ବିଜ୍ଞାପିତ ଅଞ୍ଚଳ ପରିଷଦ ମାନ୍ୟତା ପ୍ରଦାନ କରାଯାଇଛି।

ଫାଇଭ ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ପ୍ରସ୍ତାବ ଓ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏମିତି ନିଷ୍ପତି ନେଇଛନ୍ତି । ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥ ନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ଏହି ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ଗତ ମାସରେ ମୁଖ୍ୟମନ୍ତ୍ରୀ ୩୫ଟି ନୂଆ ଏନଏସି ଓ ୫ଟି ନୂଆ ମ୍ୟୁନିସିପାଲିଟି ଗଠନ ଘୋଷଣା କରିଥିଲେ ।