Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ଅନାମ ନାଏକ

କଳାହାଣ୍ଡି,୧୪/୦୩-ରାଜ୍ୟରେ ବିଜେଡି-ବିଜେପି ମେଣ୍ଟକୁ ନେଇ ଅଙ୍କକଷା ଶେଷ ହେଉନଥିବାବେଳେ ଆଜି ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ବିଜେଡିର ଜଣେ ଟାଣୁଆ ନେତା ଓ ପୂର୍ବତନ ଭବାନୀପାଟଣା ସଦର ବିଧାୟକ ଅନାମ ନାଏକ ଶଙ୍ଖ ଛାଡି ପଦ୍ମ ଧରିବା ନେଇ ଘୋଷଣା କରିଛନ୍ତି। ଜିଲ୍ଲାରେ ଏହି ଖବର ପ୍ରଚାରିତ ହେବାପରେ ବିଜେପି ଶିବିର ଉତ୍ସାହିତ ହୋଇପଡ଼ିଛି। ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ବିଜେଡି ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି ଭବାନୀପାଟଣାର ପୂର୍ବତନ ବିଧାୟକ ଶ୍ରୀ ନାଏକ। ସେ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି । ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ତାଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ । ଏହି ମିଶ୍ରଣ ପର୍ବରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ପୂର୍ବତନ ବିଧାୟକ ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ, ପ୍ରଦୀପ ପୁରୋହିତ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, କୃଷକମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଗତ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ସେ ବିଜେଡି ଟିକେଟରେ ଭବାନୀପାଟଣା ସଦର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଆଗାମୀ ନିର୍ବାଚନରେ ଭବାନୀପାଟଣା ସଦର ଆସନରୁ ତାଙ୍କୁ ବିଜେପି ପ୍ରାର୍ଥୀ କରିପାରେ ବୋଲି ଆଲୋଚନା ହେଉଛି।