ଓଡ଼ିଶାରେ ମେ ୧୩, ୨୦, ୨୫ ଓ ଜୁନ ୧ରେ ଭୋଟ ଗ୍ରହଣ ; ଜୁନ ୪ରେ ଗଣତି


୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ।

ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ । ରାଜ୍ୟରେ ମେ ୧୩ ଓ ମେ ୨୦, ମେ ୨୫ ଓ ଜୁନ ୧ରେ ଉଭୟ ବିଧାନସଭା ଓ ଲୋକସଭା ପାଇଁ ଭୋଟ ଗ୍ରହଣ ହେବ ।

ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର କହିଛନ୍ତି ଯେ ସପ୍ତଦଶ ଲୋକସଭାର କାର୍ଯ୍ୟକାଳ ୨୦୨୪ ଜୁନ୍ ୧୬ରେ ଶେଷ ହେଉଛି। ୯୭ କୋଟି ପଞ୍ଜୀକୃତ ଭୋଟର ଅଛନ୍ତି। ୧୮ରୁ ୨୯ ବର୍ଷର ଯୁବ ଭୋଟର ସଂଖ୍ୟା ୨୧ କୋଟି ରହିଛି । ସେହିପରି ଦେଶରେ ୨ ଲକ୍ଷ ୧୮ ହଜାର ଶତାୟୁ ଭୋଟର ରହିଛନ୍ତି । ୮୫ ବର୍ଷରୁ ଅଧିକ ବୟସର ଭୋଟର ଘରେ ବସି ଭୋଟ ଦେଇପାରିବେ । ଏଥିପାଇଁ ସେମାନଙ୍କ ଘରକୁ ଫର୍ମ ପଠାଇଦିଆଯିବ ।