Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅସମ୍ଭାଳ ତାତି; ୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ବର: ଅସମ୍ଭାଳ ତାତିରେ ସିଝୁଛି ସମଗ୍ର ରାଜ୍ୟ। ଜାରି ରହିଛି ଗ୍ରୀଷ୍ମପ୍ରବାହ। ଆଜିଠୁ ଆହୁରି ବଢିବ ତାତି। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକରର ହୋଇପଡ଼ୁଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ୩୦ ଡିଗ୍ରୀ ଟପିଛି ୬ଟି ସହର ତାପମାତ୍ରା। ସକାଳ ୮ଟା ୩୦ ସୁଦ୍ଧା ବାଲେଶ୍ୱର ସହରରେ ସର୍ବାଧିକ ତାପମାତ୍ରା ୩୩ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିପାଇଁ ୪ ଜିଲ୍ଲା ବାଲେଶ୍ବର, ମୟୁରଭଞ୍ଜ, ସୁନ୍ଦରଗଡ ଏବଂ କେନ୍ଦୁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। 

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ପୁରୀରେ ୩୨.୨ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୩୧.୬ ଡ଼ିଗ୍ରୀ, ଝାରସୁଗୁଡା ୩୧ ଡ଼ିଗ୍ରୀ ଚାନ୍ଦବାଲି ୩୦.୮ ଡ଼ିଗ୍ରୀ, କେନ୍ଦୁଝର୩୦.୪ ଡ଼ିଗ୍ରୀ, ପାରାଦୀପ ୨୯.୮ ଡ଼ିଗ୍ରୀ, ସମ୍ବଲପୁର ୨୯.୨ ଡ଼ିଗ୍ରୀ, ଗୋପାଳପୁର ୨୮.୬ ଡ଼ିଗ୍ରୀ ଓ ହୀରାକୁଦରେ ୨୮ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଏହାସହ ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୪୦ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ