Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜଧାନୀ ପ୍ରତିଷ୍ଠା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜଧାନୀ ପ୍ରତିଷ୍ଠା ଦିବସରେ ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସାରା ରାଜ୍ୟ ୭୫ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। ସବୁଜିମା ଭରା ପରିବେଶ ସାଙ୍ଗକୁ ଲୋକଙ୍କ ସୁବିଧାକୁ ପ୍ରାଥମିକତା ଦେଇ ସ୍ମାର୍ଟ ସିଟି ଭାବେ ଭୁବନେଶ୍ବର ନିଜର ସ୍ଵତନ୍ତ୍ର ପରିଚୟ ବଜାୟ ରଖିଛି । ଆମ ସମସ୍ତଙ୍କ ମିଳିତ ପ୍ରଚେଷ୍ଟା ହିଁ ଭୁବନେଶ୍ବରର ଗରିମାକୁ ଅକ୍ଷୂର୍ଣ୍ଣ ରଖି ଏହାକୁ ଆହୁରି ସୁନ୍ଦର ସହର କରି ଗଢି ତୋଳିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଆଜି ରାଜଧାନୀ ଭୁବନେଶ୍ବର ପାଳୁଛି ପ୍ଲାଟିନମ ଜୁବଲି । ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି । ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁ ରାଜଧାନୀର ଶୁଭ ଦେଇଥିଲେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ