Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଆଦର୍ଶ ଥାନା ପରିସରର ମହିଳା ଓ ଶିଶୁ ଡେସ୍କ ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି:୨୦/୩(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଆଦର୍ଶ ଥାନା ପରିସର’ରେ ମହିଳା ଓ ଶିଶୁ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଆଦର୍ଶ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ଭୂପତି’ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଏସ୍ଆଇ: ଶ୍ରୀ କୌତୁକ ସେଠୀ ଙ୍କ ସମେତ ତଥା ମହିଳା ଓ ଶିଶୁ ଡେସ୍କ’ର ସଭ୍ୟ ଶ୍ରୀ ଭାଗବତ ପାଢୀ , ସଭ୍ୟା ଶ୍ରୀମତୀ ଭାଗ୍ୟଲକ୍ଷ୍ମୀ ନାୟକ , ଶ୍ରୀମତୀ କେ. ସୁନୀତା ପ୍ରମୁଖ ଯୋଗ ଦେଇଥିଲେ।ବୈଠକରେ ମୁଖ୍ୟତଃ ଗଜପତି ଜିଲ୍ଲାରେ ବିଭିନ୍ନ ସମସ୍ୟା ଯଥା:- କନ୍ୟା ଚାଲାଣ ସମେତ ଅନ୍ୟାନ୍ୟ ଆନୁଷଙ୍ଗିକ ସମସ୍ୟା ସମ୍ୱନ୍ଧରେ ଆଲୋଚନା କରା ଯାଇଥିଲା।ଏଥି ସମେତ ଶିଶୁ ଅଧିକାର ଓ ଆଇନ ଉପରେ ବିସ୍ତୃତ ତର୍ଜମା କରା ଯାଇଥିଲା। ଆଗାମୀ ଦିନରେ ପାରଳାଖେମୁଣ୍ଡି ଠାରେ ଏ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ କରିବାକୁ ନିଷ୍ପତ୍ତି ନିଆ ଯାଇଥିଲା।ଆଦର୍ଶ ଥାନା’ର କର୍ମଚାରୀ ମାନେ ଉପସ୍ଥିତ ରହିଏହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀଙ୍କ ବଦଳି ଦାବୀ କରି ଆଶା କର୍ମୀଙ୍କ ଧାରଣା ସହ ସରକାରୀ ପ୍ରୋକଷ୍ଠ ରେ ତାଲା ପକାଇଲେପାରଳାଖେମୁଣ୍ଡି:୯/୨(ଗରୁଡ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ବ୍ଲକ ଭାବେ ପରିଚିତ ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଙ୍କ ବଦଳି ଦାବି ରେ ଆଶାକର୍ମୀ ଙ୍କ ଧାରଣା l ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କ ସରକାରୀ ପ୍ରକୋଷ୍ଠ ରେ ତାଲା ପକାଇ ପ୍ରକୋଷ୍ଠ ସମ୍ମୁଖରେ ଆଶାକର୍ମୀ ଧାରଣା ଦେଇଛନ୍ତି l ସେମାନଙ୍କ କୌଣସି କାର୍ଯ୍ୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ କରୁନଥିବା ଅଭିଯୋଗ କରିଛନ୍ତି ଆଶାକର୍ମୀ l ଯେବେଠାରୁ ଡାକ୍ତର ଜୟ ପଣ୍ଡା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଭାବେ ଦାୟିତ୍ୱ ନେଇଛନ୍ତି ସେହି ଦିନ ଠାରୁ ଆଶାକର୍ମୀ ଙ୍କୁ ନିୟମିତ ପାରିଶ୍ରମିକ ମିଳୁନଥିବା ଅଭିଯୋଗ କରିଛନ୍ତି l ପୂର୍ବରୁ ଅନେକ ଥର ପ୍ରଶାସନ ଠାରେ ଦାବି କରିଥିଲେ ମଧ୍ୟ କୌଣସି ସମାଧାନ ହୋଇନି l ଯେତେବେଳେ ପର୍ଯ୍ୟନ୍ତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଙ୍କୁ ବଦଳି ହୋଇନି ସେତେବେଳେ ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଆଶାକର୍ମୀ ସଂଘ ସଭାନେତ୍ରୀ ଅନୁପମା ନାୟକ,ବ୍ଲକ ସଭାନେତ୍ରୀ ସଙ୍ଗୀତା ନାୟକ ଚେତାବନୀ ଦେଇଛନ୍ତି l