ଦାମୋଦରଙ୍କ ଦେହାନ୍ତ ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି: ନବୀନ ପଟ୍ଟନାୟକ


ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ଦାମୋଦର ରାଉତଙ୍କ ବିୟୋଗରେ ଓଡିଶା ରାଜନୀତିରେ ଶୋକର ଛାୟା ଖେଳି ଯାଇଛି । ବିଭିନ୍ନ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୋକ ପ୍ରକାଶ କରିଛନ୍ତି । ଓଡିଶା ଏବଂ ଦେଶର ଉନ୍ନତି ପାଇଁ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ଏହା ସହିତ ପରିବାର ବର୍ଗଙ୍କ ଅନୁଗାମୀଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

ଶଙ୍ଖ ଭବନରେ ବରିଷ୍ଠନେତା ଦାମୋଦର ରାଉତଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବହୁ ବରିଷ୍ଠ ନେତା ଓ ମନ୍ତ୍ରୀ ମଧ୍ୟ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦାମୋଦରଙ୍କ ଦେହାନ୍ତ ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଲୋକଙ୍କ ସେବା ଲାଗି ତାଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଓଡିଶା ରାଜନୀତିରେ ଏହା ଏକ ଅପୂରଣୀୟ କ୍ଷତି । ଲୋକଙ୍କ ସେବା ତଥା ଉନ୍ନତି ପାଇଁ ତାଙ୍କ ସର୍ବଦା ସ୍ମରଣୀୟ ରହିବ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି ।

ସୂଚନାଯୋଗ୍ୟ, ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ସକାଳେ ଦେହାନ୍ତ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ଆଜି ଭୋର ୫ଟା ୨୩ ମିନିଟରେ ଦାମ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ପରିବାର ଲୋକ ଜଣାଇଛନ୍ତି । ସେ କିଡନୀଜନିତ ରୋଗରେ ପୀଡିତ ଥିଲେ ।

ଗଜପତି ଜିଲ୍ଲାରୁ ହରିୟାଣାକୁ ଗଞ୍ଜେଇ ନେଇ ବିକ୍ରି କରିଥିବା ଅଭିଯୋଗରେ ଅଭିଯୁକ୍ତକୁ ଉଠାଇ ନେଲା ହରିୟାଣା ପୁଲିସ ପାରଳାଖେମୁଣ୍ଡି:୨୮/୭(ଗରୁଡ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲା ମୋହନା ଥାନା ପୁଇପଡ ଗାଁରୁ ଜଣେ ଗଞ୍ଜେଇ ଅଭିଯୁକ୍ତକୁ ହରିୟାଣା ପୁଲିସ ଗିରଫ କରିନେଇଛି । ଗଞ୍ଜେଇ ଅଭିଯୁକ୍ତ ଜଣକ ସେହି ଗାଁର ସୁବିତ୍ କୁମାର ନାୟକ(୪୨) । ଗିରଫ ପରେ ମୋହ‌ନା କୋର୍ଟରେ ହାଜର କରି ପୋଲିସ ହରିଆଣା ନେଇଯାଇଛି । ଗତ ୨୩ ତାରିଖ ଦିନ ହରିଆଣାର ଜିନ ଗାଁରୁ ୨୪ କିଲୋ ଗଞ୍ଜେଇ ଜବତ ସହ ହରିୟାଣାର ବର୍ଥା ଗାଁର ରିତିକ କୁମାର (୨୩)କୁ ପୋଲିସ ଗିରଫ କରିଥିଲା । ଉକ୍ତ ଗଞ୍ଜେଇର ମୂଲ୍ୟ ତିନି ଲକ୍ଷ ଟଙ୍କା । ତଦନ୍ତ ପରେ ଗିରଫ ରିତିକର ସୂଚନା ଆଧାରରେ ହରିୟାଣା ପୁଲିସର ୪ ଜଣିଆ ଟିମ ମୋହନାରେ ପହଞ୍ଚୁଥୁଲେ । ମୋହନା ଥାନା ପୁଲିସ ସହାୟତାରେ ପୁଇପଡ ଗାଁରେ ପହଞ୍ଚୁ ସୁବିତ୍‌କୁ ଗିରଫ ହରିଆଣା ପୁଲିସ କରିଛି । ସୁବିତ୍ ଗଞ୍ଜେଇ ନେଇ ଛତ୍ରପୁର ରେଳ ଷ୍ଟେସନକୁ ଯାଇଥିଲା । ସେଠାରୁ ରିତିକ ଗଞ୍ଜେଇ ନେଇ ହରିଆଣା ଯାଇଥିଲା ବୋଲି ହରିୟାଣା ପୁଲିସ ଏସଆଇ ବିନୋଦ କୁମାର କହିଛନ୍ତି । ଏହି ଚଢ଼ାଉରେ ହରିୟାଣା ପୁଲିସ ଏଏସଆଇ ଉପକାର ଓ ତାଙ୍କ ଟିମ୍ ସାମିଲ ଥିଲେ ।