Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ହୀରାକୁଦ ଡାଇରିଆ ସଂକ୍ରମଣ ଘଟଣାରେ ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ,ଚିକିତ୍ସା ସେବା ତ୍ୱରାନ୍ୱିତ କରିବାକୁ ସିଡିଏମଓଙ୍କ ସହ ଆଲୋଚନା

ସମ୍ବଲପୁର:ସମ୍ବଲପୁର ମହାନଗର ଅନ୍ତର୍ଗତ ହୀରାକୁଦ ଅଞ୍ଚଳରେ ଡାଇରିଆ ସଂକ୍ରମଣ ନେଇ ଗଭୀର ଚିନ୍ତାପ୍ରକଟ କରିବା ସହ ପାରିପାର୍ଶ୍ୱିକ ସ୍ଥିତି ବିଷୟରେ ସମ୍ବଲପୁର ସିଡିଏମଓ ଡାକ୍ତର ସୁଜାତା ରାଣୀ ମିଶ୍ରଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏ ସମ୍ପର୍କରେ ଶ୍ରୀ ପ୍ରଧାନ ଏକ୍ସରେ ଉଲ୍ଲେଖ କରିଛନ୍ତି ଯେ ଏହି ସମ୍ବେଦନଶୀଳ ବିଷୟକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକ ମାନଙ୍କୁ ସଠିକ୍ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ସମ୍ବଲପୁର ସିଡିଏମଓ ଡାକ୍ତର ସୁଜାତା ରାଣୀ ମିଶ୍ରଙ୍କ ସହ କଥା ହେଲି । ଚିକିତ୍ସାଧୀନ ଲୋକମାନଙ୍କୁ ଆବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ନିଆଯିବ ବୋଲି ଡାକ୍ତର ମିଶ୍ର କହିଛନ୍ତି ।
କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ସମ୍ବଲପୁର ସହରର ହୀରାକୁଦ ଅଞ୍ଚଳରେ ଡାଇରିଆ ଲାଗି ରହିଥିବା କାରଣରୁ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଚିକିତ୍ସିତ ହେଉଥିବା ଲୋକମାନେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମା’ ସମଲେଇଙ୍କ ନିକଟରେ ପ୍ରାର୍ଥନା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ