କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ବ୍ଲକ ଉପାଧ୍ୟକ୍ଷ।


କୋକସରା:୨୮/୦୩
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ଠାରେ ଅନୁଷ୍ଠିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲ ଖେଳ ବୁଧବାର ଆୟୋଜିତ ହୋଇଥିବା ବେଳେ ବେହେରା ଓ ଖଇରଭାଡ଼ି ଦଳ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା। ଉଦଯାପିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଫାଇନାଲରେକାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ(ରାଜୁ ଭାଇ) ସ୍ଥାନୀୟ ସରପଞ୍ଚ ହରିପ୍ରିୟା ନାଗ ଯୋଗଦେଇ ଉଭୟ ଦଳ ର ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ। ଫାଇନାଲ ଖେଳ ରେ ଉଭୟ ଦଳ ର ଖେଳାଳି ଚିତାକର୍ଷକ ଖେଳ ପ୍ରଦର୍ଶନ କରିଥିଲେ। ଏହି ଖେଳ ରେ ବେହେରା ଦଳ କୁ ହରାଇ ଖଇର ଭାଡ଼ି ଦଳ ଚାମ୍ପିୟାନ ହୋଇଥିଲା। ବିଜେତା ଓ ଉପ ବିଜେତା ଦଳ କୁ ଉପସ୍ଥିତ ବ୍ଲକ ଉପାଧ୍ୟକ୍ଷ, ସରପଞ୍ଚ ଓ ଅନ୍ୟ ମାନ୍ୟଗଣ୍ୟ ଅତିଥିମାନେ ଟ୍ରଫି ସହ ପୁରସ୍କାର ରାଶି ପ୍ରଦାନ କରିଥିଲେ। ଖେଳ ଦେଖିବାକୁ ବହୁ ସଂଖ୍ୟକ ଦର୍ଶକ ଉପସ୍ଥିତ ରହି ଖେଳାଳି ଙ୍କୁ ଉତ୍ସାହିତ କରିଥିଲେ।