Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ରାଜ୍ୟ ଏନଫୋର୍ସମେଣ୍ଟ କମିଟି ବୈଠକ:କଡାକଡି ହେବ ଯାଞ୍ଚ ଓ ଚଢ଼ାଉ

ଭୁବନେଶ୍ବର:ଆଗାମୀ ସାଧାରଣ ନିର୍ବାଚନ-୨୦୨୪କୁ ଦୃଷ୍ଟିରେ ରଖି ରାଜ୍ୟସ୍ତରୀୟ ଏନଫୋର୍ସମେଣ୍ଟ କମିଟିର ଅନ୍ୟ ଏକ ସମନ୍ୱୟ ବୈଠକ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ଯାଞ୍ଚ ଓ ଚଢଉ ଦାୟିତ୍ୱରେ ଥିବା ଏନଫୋର୍ସମେଣ୍ଟ କମିଟିର ସଦସ୍ୟଙ୍କ ଉପସ୍ଥିତିରେ ସମୀକ୍ଷା କରାଯାଇଥିଲା।
ଆଗାମୀ ସାଧାରଣ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବା, ନିର୍ବାଚନ ଆଦର୍ଶ ଆଚରଣବିଧିକୁ କଡାକଡ଼ି ଅନୁପାଳନ କରାଯିବା ନେଇ ରାଜ୍ୟସ୍ତରୀୟ କମିଟିର ସଭ୍ୟମାନେ ଆଲୋଚନା କରିଥିଲେ। ଆଇନ୍ ଖିଲାପକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଭିନ୍ନ ବ୍ୟବସ୍ଥାରେ ରହିଥିବା ଯାଂଚ ଓ ଚଢଉ ଉପରେ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ଗୁରୁତ୍ୱ ଦେଇଛନ୍ତି।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଅବକାରୀ ବିଭାଗ ପ୍ରମୁଖ ଶାସନ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ, ଜିଏସ୍‌ଟି କମିଶନର, ରାଜ୍ୟ ପୁଲିସ୍ ମହା ନିର୍ଦ୍ଦେଶକ, ପରିବହନ ବିଭାଗ କମିଶନର, ପ୍ରଧାନ ମୁଖ୍ୟ ବନ ସଂରକ୍ଷକ ତଥା ବନ ବାହିନୀ ମୁଖ୍ୟ, ଓଡିଶା ପ୍ରମୁଖ ସଦସ୍ୟମାନେ ଯୋଗଦେଇଥିଲେ।