Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମଧୁପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି,୨୯/୦୩-ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ ମଧୁପୁରସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ ଯୋଗ ଦେଇ ବିଦ୍ୟାଳୟର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଏକ ନୂତନ ପରିଚୟ ସୃଷ୍ଟି କରିବା ସହିତ ବାଳିକା ଶିକ୍ଷା କ୍ଷେତ୍ରରେ ସାରା ରାଜ୍ୟରେ ଉଦାହରଣ ସୃଷ୍ଟି କରିଛନ୍ତି ବୋଲି ନିଜ ବକ୍ତବ୍ୟରେ କହିଥିଲେ। ଏହି ଅବସରରେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ କବି ଓ ନାଟ୍ୟକାର ତଥା ଶିକ୍ଷାବିତ ବିରଞ୍ଚି ନାରାୟଣ ମୁଣ୍ଡ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ମଙ୍ଗଳ ଅଧିକାରୀ ଜାନକୀ ବଲ୍ଲଭ ସାମନ୍ତରାୟ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଝସକେତନ ପ୍ରଧାନ, ଅମରେନ୍ଦ୍ର ସାହୁ, ଖଲିଆଭଟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାଶଙ୍କର ପଣ୍ଡା, କାଉଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ସୁପ୍ରଭା ଦୋରା, ବାଣିପଙ୍ଗା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ବସନ୍ତ ମାଝୀ, ଜୁନାଗଡ଼ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବୀଣାପାଣି ସାମନ୍ତ, ଜୟନ୍ତପୁର ବାଳିକା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଅସୀମା ଦୋରା, ଅଧମୁଣ୍ଡା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ଶତ୍ରୁଜିତ ପତି ପ୍ରମୁଖ ଯୋଗ ଦେଇଥିଲେ। ବିଦ୍ୟାଳୟର ପ୍ରଧାନଶିକ୍ଷକ ବେଦବ୍ୟାସ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବକୁ ଶିକ୍ଷୟିତ୍ରୀ ସୋନାଲିକା ପାଢ଼ୀ ଓ ଶିକ୍ଷକ ପାର୍ଥ ଶବର ସଭା ପରିଚାଳନା କରିଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିବାବେଳେ ପ୍ରଧାନଶିକ୍ଷକ ସ୍ୱାଗତ ଅଭିଭାଷଣ ସହିତ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତୀ ବିବେଚିତ ଛାତ୍ରୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଶେଷରେ ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା। ଏହି ମନୋଜ୍ଞ ସାଂସ୍କୃତିକ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ଛାତ୍ରୀ ମନୀଷା ଦୁର୍ଗା, ନିହାରୀକା ବିଶ୍ୱାଳ, ତୁଳାବତୀ ପୁଟା ଓ ପ୍ରିୟଙ୍କା ତିର୍କୀ। ଏହି ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ଚିତ୍ର ଓ ଚାରୁକଳା ତଥା ୨୦ରୁ ଅଧିକ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜଗନ୍ନାଥ ରଣା, ଶିକ୍ଷକ କାମସେନ ଭୋଇ, ସତ୍ୟବାଦୀ ନାଏକ, ଦିଲୀପ ସା, ସୁଧାଂଶୁ ଶେଖର ସାସମଲ, ବସନ୍ତ ପାଣ୍ଡେ, ଶିକ୍ଷୟିତ୍ରୀ ସସ୍ମିତା ସାହୁ, ନମିତା ମାଝୀ, ମାମିନା ସାହୁ, ସାରିକା ପଣ୍ଡା, ନୁରବତୀ ମାଝୀ, ମେଟ୍ରନ ମାଳତୀ ଛତ୍ରିଆ, ମଞ୍ଜୁଲତା ସାହୁଙ୍କ ସମେତ ବିଦ୍ୟାଳୟର ଅଣଶିକ୍ଷକ କର୍ମଚାରୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟମାନେ କାର୍ଯ୍ୟକ୍ରମ ପରିଚାଳନାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ