Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଜାତୀୟ ରାଜପଥ ରେବଇକ୍ ଦୁର୍ଘଟଣା, ଜଣେ ଗୁରୁତର ।

କୋକସରା,୩୦/୩ କୋକସରା ଥାନା ଡଙ୍ଗରୀଗୁଡା ଢାବା ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଚାଳକ ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ଗୌଡଛେଣ୍ଡିଆ ଗ୍ରାମର ଧବଳେଶ୍ଵର ବାରିକ(୪୫) ବୋଲି ଜଣାପଡ଼ିଛି। ଧବଳେଶ୍ଵର ଶନିବାର ଜୟପୁରରୁ ବାଇକ୍ ଯୋଗେ ନିଜ ଗାଁକୁ ଫେରୁଥିବା ବେଳେ ଜାତୀୟ ରାଜପଥର ଡଙ୍ଗରୀଗୁଡା ନିକଟରେ ଭାରସାମ୍ୟ ହରାଇ ରୋଡ଼ ଡିଭାଇଡରରେ ପିଟିହୋଇ ଛିଟିକି ପଡ଼ିଥିଲେ। ସ୍ଥାନୀୟ ଲୋକେ ଗୁରୁତର ଅବସ୍ତାରେ ତାକୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ କୋକସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ଭବାନୀପାଟଣା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିବା ଜଣାପଡିଛି। ତେବେ ତାଙ୍କ ଗୋଡ଼ ଓ ମୁଣ୍ଡରେ ଗଭୀର କ୍ଷତ ହୋଇଥିବା ଜଣାପଡିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories