Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପବିତ୍ର ମହାବିଷୁବ ସଂକ୍ରାନ୍ତି ଲାଗି ଚଳଚଞ୍ଚଳ ଶ୍ରୀକ୍ଷେତ୍ର; ପାଳନ ହେବ ସ୍ବତନ୍ତ୍ର ନୀତିକାନ୍ତି

ପୁରୀ : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଶ୍ରୀମନ୍ଦିରରେ ପାଳନ ହେବ ସ୍ୱତନ୍ତ୍ର ନୀତିକାନ୍ତି । ଓଡ଼ିଆ ନବବର୍ଷ ପାଇଁ ଉତ୍ସବ ମୁଖର ଶ୍ରୀକ୍ଷେତ୍ର । ଆଜିଠାରୁ ନୂତନ ପଞ୍ଜିକା ପ୍ରଚଳନ ହୋଇଥାଏ । ନୂତନ ପାଞ୍ଜି ଅନୁଯାୟୀ ସମସ୍ତ ପର୍ବପର୍ବାଣି ବର୍ଷଯାକ ପାଳନ କରାଯାଏ। ତେବେ ପବିତ୍ର ମହାବିଷୁବ ସଂକ୍ରାନ୍ତି ଉପଲକ୍ଷେ ଆଜି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି। ସକାଳ ଧୂପ ନୀତି ସରିବା ପରେ ଦକ୍ଷିଣ ଘରେ ଥିବା ଶ୍ରୀହନୁମାନଙ୍କୁ ରତ୍ନ ସିଂହାସନକୁ ଅଣାଯାଇ ଆଜ୍ଞାମାଳ ପ୍ରଦାନ କରାଯିବ । ଏହାପରେ ମୁକ୍ତିମଣ୍ଡପ ତଳେ ଥିବା ବିମାନରେ ବସାଇ ବିଜେ କରାଯାଏ । ଏହି ସମୟରେ ଶ୍ରୀମନ୍ଦିରର ଚାରିଦ୍ବାର ଏବଂ ଦକ୍ଷିଣ ଦ୍ବାରରେ ଥିବା ବାରଭାଇ ହନୁମାନଙ୍କୁ ଆଜ୍ଞାମାଳ ଦିଆଯାଏ । ଏହାପରେ ବିମାନରେ ଜଗନ୍ନାଥ ବଲ୍ଳଭ ମଠକୁ ଯିବେ ଠାକୁର।

ଜଗନ୍ନାଥ ବଲ୍ଲଭ ମଠରେ ଥିବା ମହାବୀରମାନଙ୍କୁ ଆଜ୍ଞା ମାଳ ଦିଆଯିବା ପରେ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ନେଇ ଦରିଆ ମହାବୀରଙ୍କ ପାଖକୁ ଯାନ୍ତି। ସେଠାରୁ ଫେରିବା ପରେ ଜଗନ୍ନାଥ ବଲ୍ଲଭ ମଠରେ କେତେକ ନୀତିକାନ୍ତି ସମ୍ପନ୍ନ ହେବା ପରେ ଶ୍ରୀହନୁମାନ ବାହୁଡ଼ା ବିଜେ କରି ବଡ଼ଦେଉଳକୁ ଆସିଥାନ୍ତି। ଆଜି ଦିନରେ ଠାକୁରଙ୍କ ପାଖରେ ସ୍ବତନ୍ତ୍ର ପଣା ଭୋଗ ଲାଗିଥାଏ। ଶ୍ରୀମନ୍ଦିରରେ ମଧ୍ୟ ମହାବୀରଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା କରାଯାଇ ପଣା ଓ ଛତୁଆ ଭୋଗ ଲାଗି କରାଯାଏ । ତେଣୁ ଓଡ଼ି