Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଖରାରେ ସିଝିବ ପଶ୍ଚିମ ଓଡ଼ିଶା; ୭ ଜିଲ୍ଲାକୁ ହିଟ୍ ୱାର୍ଣ୍ଣିଂ

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଖରାର ପ୍ରକୋପ। ଭୀଷଣ ତାତି ଯୋଗୁ ଅସ୍ତବ୍ୟସ୍ତ ଜନଜୀବନ। ୪୦ ଡିଗ୍ରୀ ଉପରେ ରାଜ୍ୟର ଅଧିକାଂଶ ସହର। ଆସନ୍ତା ୧୬ ତାରିଖ ଯାଏ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ। ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ପିକ୍ ଆଓ୍ବାର ଘୋଷଣା କରିଛି ପାଣିପାଗ କେନ୍ଦ୍ର ।

ଆଜି ପ୍ରବଳ ତାତି ପାଇଁ ୮ ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ବିଶ୍ବର ସବୁଠୁ ଉତ୍ତପ୍ତ ସହର ତାଲିକାର ଶୀର୍ଷରେ ଥିଲା ବାରିପଦା । ଗତକାଲି ବାରିପଦାର ତାପମାତ୍ରା ଥିଲା ୪୩. ୫ ଡିଗ୍ରୀ।

ତାତିର ପ୍ରଭାବକୁ ଦେଖି ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୭ ଜିଲ୍ଲାକୁ ହିଟ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା ୪୦ ରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ରହିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ